ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ତ୍ତ ବିଭାଗ ଭୁବନେଶ୍ୱର ଡିଭିଜନ୍‌-୪ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ ମିଶ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ଗିରଫ କରିଛି। ଏଥିସହ ତାଙ୍କ ସ୍ତ୍ରୀ ଶୁଭଶ୍ରୀ ମିଶ୍ରଙ୍କ ନାମରେ ମଧ୍ୟ ମାମଲା ରୁଜୁ କରାଯାଇଛି। ଗିରଫ ପରେ ଅଜୟଙ୍କୁ ଢେଙ୍କାନାଳ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କୁ ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଠାବ ହୋଇଥିବା ସମ୍ପତ୍ତି ଅଜୟଙ୍କ ଆୟର ୨୯୩ ପ୍ରତିଶତ ଅଧିକ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଏହି ମାମଲାର ଅଧିକ ତଦନ୍ତ କରାଯାଉଥିବା ଭିଜିଲାନ୍ସ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛି।
ଭିଜିଲାନ୍ସ ରିପୋର୍ଟ ଅନୁଯାୟୀ, ଅଜୟଙ୍କ ସ୍ତ୍ରୀ ଓ ପୁଅଙ୍କ ନାମରେ ୩ଟି କୋଠା ସମେତ ୭ ପ୍ଲଟ୍‌ ରହିଛି। ସେହିପରି ସୁନାରୁପା ଅଳଙ୍କାର, ବ୍ୟାଙ୍କ ଓ ଇନ୍‌ସ୍ୟୁରାନ୍ସ ଜମା, ୮ ଲକ୍ଷ ଟଙ୍କାର ଗୋଟିଏ କାର୍‌, ୩ ଦାମୀ ବାଇକ, ୭୦ ହଜାର ଟଙ୍କାର ଗୋଟିଏ ସ୍କୁଟି, ଗୋଟିଏ ସ୍କୁଟର ସମେତ ଘରୋଇ ଉପକରଣ ଠାବ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ। ଠାବ ହୋଇଥିବା ଏହି ବିପୁଳ ପରିମାଣର ସମ୍ପତ୍ତି ସମ୍ପର୍କରେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଅଜୟଙ୍କ ନାମରେ କଟକ ଭିଜିଲାନ୍ସ ଥାନାରେ ଏକ ମାମଲା (ନଂ.୧୫/୨୨) ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଆଉ ୨ ଦିନ ପରେ ୩ ରାଶିଙ୍କ ଉପରୁ କଟିଯିବ ଶନିଦଶା! ଅପାର ଧନ ଲାଭ ସହ ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚର ଓ ଗତି ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଅନ୍ୟ ଗ୍ରହମାନଙ୍କ ତୁଳନାରେ ଶନି ଧୀରେ ଗତି କରୁଥିବାରୁ ତାଙ୍କ ରାଶି ପରିବର୍ତ୍ତନର…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

ପେଟ୍ରୋଲ ଭରାଇବା ପରେ UPIରେ ଦେଇପାରିବେନି ଟଙ୍କା! କାହିଁକି ବିରୋଧ କରୁଛନ୍ତି ପେଟ୍ରୋଲ ପମ୍ପ ଡିଲର, ଜାଣନ୍ତୁ…

ନୂଆଦିଲ୍ଲୀ,୧୭।୯: ପେଟ୍ରୋଲ କିମ୍ବା ଡିଜେଲ ଭରାଇବା ପରେ UPI ମାଧ୍ୟମରେ ପେମେଣ୍ଟ କରୁଥିବା ଗ୍ରାହକଙ୍କ ପାଇଁ ଏକ ନୂଆ ନିୟମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨,୦୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?