୬ ସପ୍ତାହରେ ନୂଆ ମେଧା ତାଲିକା ପ୍ରକାଶ କର: ହାଇକୋର୍ଟ

କଟକ,୫ା୮ (କାର୍ତ୍ତିକ ସାହୁ): ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପ୍ରକ୍ରିୟା ଆଗାମୀ ୬ ସପ୍ତାହ ମଧ୍ୟରେ ଶେଷ କର। ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଏ ସଂକ୍ରାନ୍ତୀୟ ଅଦାଲତ ଅବମାନନା ମାମଲାର ଶୁଣାଣି କରି ଶୁକ୍ରବାର ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପୂର୍ବରୁ ପ୍ରକାଶିତ ମେଧା ତାଲିକା ରଦ୍ଦ କରି ୬ ସପ୍ତାହରେ ନୂଆ ମେଧା ତାଲିକା ପ୍ରକାଶ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।
ସୂଚନା ଅନୁସାରେ, ଏଏସ୍‌ଓ ନିଯୁକ୍ତି ନିମନ୍ତେ ଅନୁଷ୍ଠିତ ପରୀକ୍ଷାଫଳ ପ୍ରକାଶରେ ଅନିୟମିତତା ହୋଇଥିବା ମାମଲାର ଶୁଣାଣି ଗତ ମେ’ ୧୯ ତାରିଖରେ ହୋଇଥିଲା। ସେହି ଶୁଣାଣିରେ ହାଇକୋର୍ଟ ଏଏସ୍‌ଓ ନିଯୁକ୍ତି ନେଇ ଓପିଏସ୍‌ସି ଦ୍ୱାରା ପ୍ରକାଶିତ ମେଧା ତାଲିକାକୁ ଖାରଜ କରିଥିଲେ। ଏଥିସହ ଆଗାମୀ ୨ ମାସ ମଧ୍ୟରେ ସାନି ମେଧା ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଓପିଏସ୍‌ସି ଏହା କରି ନ ଥିଲା। ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାରେ ବିଳମ୍ବ ହେଉଥିବା ଦର୍ଶାଇ କେତେଜଣ ପରୀକ୍ଷାର୍ଥୀ ଓପିଏସ୍‌ସି ବିରୋଧରେ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ। ଉଲ୍ଲେଖଯୋଗ୍ୟ, ୨୦୨୨ ଅଗଷ୍ଟ ୨୭ରେ ୭୯୬ଟି ଏଏସ୍‌ଓ ପଦବୀ ଲାଗି ଓପିଏସ୍‌ସି ପକ୍ଷରୁ ଲିଖିତ ପରୀକ୍ଷା କରାଯାଇଥିଲା। ମୋଟ ୧ ଲକ୍ଷ ୪୮ ହଜାର ୮୮୮ ଜଣ ଆବେଦନକାରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୧୦୪ ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨ ନଭେମ୍ବର ୭ରେ ଓପିଏସ୍‌ସି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏହି ତାଲିକାରେ ସ୍ଥାନ ପାଇଥିବା ପ୍ରାର୍ଥୀଙ୍କୁ ସାର୍ଟିଫିକେଟ୍‌ ଯାଞ୍ଚ ଓ କମ୍ପ୍ୟୁଟର(ପ୍ରାକ୍ଟିକାଲ) ସ୍କିଲ୍‌ ଟେଷ୍ଟ ପାଇଁ ଡକାଯାଇଥିଲା। ଆରମ୍ଭରୁ ବିବାଦରେ ରହିଥିବା ଏଏସ୍‌ଓ ପରୀକ୍ଷାକୁ ନେଇ କେତେଜଣ ପ୍ରାର୍ଥୀ ଧାରଣା ଦେଇଥିଲେ। ଏନେଇ ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ପୂର୍ବ ମେଧା ତାଲିକା ଖାରଜ କରି ନୂତନ ମେଧା ତାଲିକା ପ୍ରସ୍ତୁତ କରିବାକୁ ଓପିଏସ୍‌ସିକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ପୁଣି କେତେଜଣ ପରୀକ୍ଷାର୍ଥୀ ଏକ ରିଟ୍‌ ପିଟିଶନ୍‌ ଦାଖଲ କରି ଦର୍ଶାଇଥିଲେ, ଏଏସ୍‌ଓ ପରୀକ୍ଷାରେ ଅନିୟମିତତା ଯୋଗୁ ଆମେ ପ୍ରଭାବିତ ହୋଇଛୁ। ହାଇକୋର୍ଟ ଉକ୍ତ ମାମଲାରେ ଆମ୍ଭମାନଙ୍କ ଆବେଦନର ଶୁଣାଣି ନ କରି ରାୟ ପ୍ରକାଶ କରିଥିବାରୁ ଆମକୁ ଏହି ମାମଲାରେ ପକ୍ଷଭୁକ୍ତ ହେବା ପାଇଁ ଅନୁମତି ଦିଆଯାଉ ବୋଲି ପ୍ରାର୍ଥନା କରିଥିଲେ। ଅପରପକ୍ଷରେ ପୂର୍ବ ମେରିଟ୍‌ ଲିଷ୍ଟରେ ସ୍ଥାନ ପାଇଥିବା ରୁକ୍‌ସାନାଆରା ବେଗମ୍‌ଙ୍କ ସମେତ ମୋଟ ୫ ଜଣ ପରୀକ୍ଷାର୍ଥୀଙ୍କ ପକ୍ଷରୁ ଦାଏର ରିଭ୍ୟୁ ପିଟିଶନକୁ ନେଇ ଜୁନ୍‌ ୨୨ରେ ଏକ ମାମଲା ରୁଜୁ ହୋଇଥିଲା। ଦୁଇଟିଯାକ ମାମଲାକୁ ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଗତ ଜୁଲାଇ ୩୧ରେ ହାଇକୋର୍ଟରେ ଉଭୟ ରିଟ୍‌ ପିଟିଶନ୍‌ ଓ ରିଭ୍ୟୁ ପିଟିଶନ୍‌ର ଏକତ୍ର ଶୁଣାଣି କରାଯାଇଥିଲା। ହାଇକୋର୍ଟ ପୂର୍ବ ନିର୍ଦ୍ଦେଶକୁ କାଏମ ରଖିବା ସହ ଦୁଇଟି ଯାକ ପିଟିଶନ୍‌କୁ ଖାରଜ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri