Posted inଜାତୀୟ

ତାର୍କିକ ଅସଙ୍ଗତି ତାଲିକାରେ ଥିବା ଲୋକଙ୍କ ନାଁ ପ୍ରକାଶ କର

ନୂଆଦିଲ୍ଲୀ,୨୦ା୧(ପି.ଟି.): ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଯେଉଁମାନଙ୍କ ନାମ ତାର୍କିକ ଅସଙ୍ଗତି ତାଲିକାରେ ରହିଛି, ସେଗୁଡ଼ିକୁ ଗ୍ରାମପଞ୍ଚାୟତ ଭବନ, ବ୍ଲକ୍‌ ଅଫିସ ଓ ଓ୍ବାର୍ଡ ଅଫିସ୍‌ରେ ପ୍ରଦର୍ଶିତ କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ୧.୨୫ କୋଟି ଭୋଟର ଉକ୍ତ ତାଲିକାରେ ରହିଥିବା ଜଣାପଡ଼ିଛି। ୨୦୦୨ର ଭୋଟର ତାଲିକା ସହ ସନ୍ତାନଙ୍କୁ ନେଇ ତାର୍କିକ ବିସଙ୍ଗତି ରହିଛି। ଉଦାହରଣ ସ୍ବରୂପ ମାତାପିତାଙ୍କ ନାମରେ ମେଳ ରହୁ ନ ଥିବାବେଳେ କେଉଁଠି ଭୋଟର ଏବଂ ସେମାନଙ୍କ ମାତାପିତାଙ୍କ ବୟସ ମଧ୍ୟରେ ୧୫ ବର୍ଷରୁ କମ୍‌ କିମ୍ବା ୫୦ ବର୍ଷରୁ ଅଧିକ ବ୍ୟବଧାନ ରହୁଛି। ବର୍ତ୍ତମାନର ଭୋଟର ତାଲିକା ସଂଶୋଧନ ଦ୍ୱାରା ପ୍ରଭାବିତ ହେବା ସମ୍ଭାବନା ଥିବା ଲୋକମାନେ ସେମାନଙ୍କ ଦସ୍ତାବିଜ୍‌ ଓ ଆପତ୍ତି ଅଭିଯୋଗ ଦାଖଲ ପାଇଁ ଅନୁମତି ଦେବାକୁ ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ଜଷ୍ଟିସ୍‌ ଦୀପଙ୍କର ଦତ୍ତା ଏବଂ ଜୟମାଲ୍ୟ ବାଗ୍‌ଚୀଙ୍କ ଖଣ୍ଡପୀଠ କହିଛନ୍ତି। ଏଥିପାଇଁ ପ୍ରତି ପଞ୍ଚାୟତ କିମ୍ବା ବ୍ଲକ୍‌ ଅଫିସରେ ଦସ୍ତାବିଜ୍‌ ଓ ଆପତ୍ତି ଦାଖଲ ପାଇଁ ଅଫିସ ଖୋଲିବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି। ଏଥିପାଇଁ ପଞ୍ଚାୟତ ଭବନ ଓ ବ୍ଲକ୍‌ ଅଫିସ ପାଇଁ ରାଜ୍ୟ ସରକାର ପର୍ଯ୍ୟାନ୍ତ ଲୋକ ନିୟୋଜିତ କରିବେ। ରାଜ୍ୟରେ ଯେପରି ଆଇନ ଶୃଙ୍ଖଳା ସମସ୍ୟା ସୃଷ୍ଟି ନ ହୁଏ ଏବଂ ସବୁ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଅଦାଲତ ପଶ୍ଚିମବଙ୍ଗ ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା...

ସମୁଦ୍ର କୁଳ ଲଙ୍ଗିବା ପ୍ରସଙ୍ଗ: ଏନଆଇଓଟି ଟିମର ସର୍ଭେ ଆରମ୍ଭ

ଛତ୍ରପୁର,୨୦।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳନିକଟରେ ରହିଥିବା ଯୋଗୁ ସମୁଦ୍ର ଧିରେ ଧିରେ କୂଳ ଲଙ୍ଘୁଛି ଯାହାଫଳରେ ଭୟଭୀତ...

ଅଶ୍ଳୀଳ ଭିଡିଓ ମାମଲାରେ କର୍ନାଟକ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ, ଡିଜିପି ରାମଚନ୍ଦ୍ର ରାଓ ନିଲମ୍ବିତ

ବେଙ୍ଗାଲୁରୁ,୨୦।୧: ସୁନା ଚୋରା ଚାଲାଣ ଅଭିଯୁକ୍ତ ରାଣା ରାଓଙ୍କ ପିତା ଏବଂ ଜଣେ ଡିଜିପି-ର଼୍ୟାଙ୍କର ଅଧିକାରୀ ରାମଚନ୍ଦ୍ର ରାଓଙ୍କ କାର୍ଯ୍ୟାଳୟରେ ଅନୁପଯୁକ୍ତ ଆଚରଣ ପ୍ରଦର୍ଶନ କରୁଥିବାର...

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି):  ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର...

ଓଡିଶାରେ ବିଧାନ ପରିଷଦ ସୁନିଶ୍ଚିତ: ରାଜନୀତି ସରଗରମ, ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର, ୨୦।୧(ସୁନିତ୍‌ ମିଶ୍ର):ରାଜ୍ୟରେ ବିଧାନପରିଷଦ ଗଠନ ହେବ ଏହାଦ୍ୱାରା ଯୁବଗୋଷ୍ଠୀଙ୍କୁ ସୁଯୋଗ ମିଳିବ, ଏହି କଥା କହି ୨୦୧୪ ଏବଂ ୨୦୧୯ ନିର୍ବାଚନ ସମୟରେ ଏକାଧିକ...

କେମିତି ଛଡ଼ାଇବେ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ: ଆପଣାନ୍ତୁ ଏହି ଉପାୟ

ମୋବାଇଲ ବ୍ୟବହାର ନେଇ ପିଲାଙ୍କର ଆକର୍ଷଣ ଦିନକୁ ଦିନ ବଢିଚାଲିଛି। ସମୟ ଏବେ ଏମିତି ହୋଇଛି ଯେ ଫୋନ୍‌କୁ ସେମାନଙ୍କ ଠାରୁ ସମ୍ପୂର୍ଣ୍ଣ ଦୂରେଇ ରଖିବା...

ହଠାତ କାହିଁକି ଅବସର ନେଲେ ଭାରତୀୟ ଅଲିମ୍ପିକ୍ସ ପଦକ ବିଜୟିନୀ ସାଇନା ନେହୱାଲ? ନିଜେ କହିଲେ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୦।୧: ଭାରତର ଷ୍ଟାର ସଟଲର୍‌ ଏବଂ ଅଲିମ୍ପିକ ପଦକ ବିଜେତା ସାଇନା ନେହୱାଲ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଘାତ ଯୋଗୁ ଗତ ଦୁଇ ବର୍ଷ...

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri