‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଏମ୍‌ପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ବିଗତ ବର୍ଷମାନଙ୍କରେ ହିଞ୍ଜିଳିରୁ କେତେଜଣ ଲୋକ ଦାଦନ ଯାଇଛନ୍ତି, ସେ ସମ୍ପର୍କରେ ସାମାଜିକ ସଙ୍ଗଠନର ଦାବି କ୍ରମେ ମୁଖ୍ୟମନ୍ତ୍ରୀ ଶ୍ୱେତପତ୍ର ପ୍ରକାଶ କରିବେ କି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଶ୍ନ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ପ୍ରଧାନ ଆଠମଲ୍ଲିକ ନିର୍ବାଚନମଣ୍ଡଳୀର କିଆକଟା ଓ ମାଧପୁର ସମେତ ବିଭିନ୍ନ ସ୍ଥାନରେ ପଦଯାତ୍ରା ଏବଂ ୬୦ କି.ମି. ରୋଡ’ ଶୋ ମାଧ୍ୟମରେ ନିର୍ବାଚନ ପ୍ରଚାର କରିଥିଲେ। ଏହି ଅବସରରେ ସେ କହିଥିଲେ, ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲହର ଚାଲିଛି ଓ ପରିବର୍ତ୍ତନର ଧାରା ଆରମ୍ଭ ହୋଇଛି। କାର୍ଯ୍ୟକ୍ରମରେ ମାତୃଶକ୍ତି, ଯୁବବନ୍ଧୁଙ୍କ ଯୋଗଦାନ ପ୍ରମାଣିତ କରୁଛି ଯେ ୨୪ ବର୍ଷ ଧରି ଦୁର୍ନୀତି, ଅନ୍ୟାୟ, ଅତ୍ୟାଚାର କରି ଆସିଥିବା ସରକାର ବିରୋଧରେ ଲୋକେ ଏଥର ନିର୍ଣ୍ଣାୟକ ମତ ଦେବେ। ଏଥର ଲୋକକଲ୍ୟାଣକାରୀ ସରକାର ପ୍ରତିଷ୍ଠା ହେବ। ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଭାଜପା ପ୍ରତିଶ୍ରୁତିବଦ୍ଧ। ମହାନଦୀ ଅବବାହିକାରେ ଥିବା ଜିଲାଗୁଡ଼ିକରେ ପିଇବା ପାଣି ଓ ଜଳସେଚନର ଅଭାବ ରହିଛି। ଶିକ୍ଷା ଓ ସ୍ବାସ୍ଥ୍ୟସେବା ନାମକୁ ମାତ୍ର। ରାଜ୍ୟ ସରକାର ଜାଣିଶୁଣି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରୁନାହାନ୍ତି। ମୁଖ୍ୟମନ୍ତ୍ରୀ ହିଞ୍ଜିଳିରେ ନିର୍ବାଚନ ପ୍ରଚାର କରିଛନ୍ତି। ସେ ଏଥର କଣ୍ଟାବାଞ୍ଜିରେ ମଧ୍ୟ ଛିଡ଼ା ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ସାମାଜିକ ସଙ୍ଗଠନ ପକ୍ଷରୁ ଏକ ଦାବି ଉଠିଛି। ହିଞ୍ଜିଳିରୁ କେତେ ଦାଦନ ଯାଇଛନ୍ତି, ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ୱେତପତ୍ର ପ୍ରକାଶ କରନ୍ତୁ ବୋଲି ସଙ୍ଗଠନଗୁଡ଼ିକ ଦାବି କରିଥିବା କେନ୍ଦ୍ରମନ୍ତ୍ରୀ କହିଥିଲେ। ଏହି ନିର୍ବାଚନ ପ୍ରଚାର ବେଳେ କେନ୍ଦ୍ରମନ୍ତ୍ରୀ ଦେଉଳଝରୀ ନିକଟ ସିଦ୍ଧେଶ୍ୱର ବାବା, ଆଠମଲ୍ଲିକର ଅଧିଷ୍ଠାତ୍ରୀ ଦେବୀ ମା’ ମାହେଶ୍ୱରୀ, ଓଳଥରେ ଥିବା ରାମ ମନ୍ଦିରରେ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?