ପ୍ରକାଶ ପାଇଲା ଯୁକ୍ତ ୨ କଳା, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ: ୯୮.୫୮% ପାସ ହାର

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଉପସ୍ଥିତିରେ ଫଳାଫଳ ଘୋଷଣା କରାଯାଇଛି। ଛାତ୍ରୀଛାତ୍ରମାନେ orissaresults.nic.inରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ।

ଚଳିତ ବର୍ଷ କଳାରେ ରେଗୁଲାର ପାସ ହାର ୯୮.୫୮% ରହିଛି। ମୋଟ ୧,୮୯,୩୬୩ ଜଣ ରେଗୁଲାର ଛାତ୍ରୀଛାତ୍ରଙ୍କର ମୂଲ୍ୟାୟନ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧,୮୬,୬୮୫ ଜଣ ପାସ କରିଛନ୍ତି। ସେହିପରି ଏକ୍ସ-ରେଗୁଲାରେ ୨୬,୧୮୯ ଜଣଙ୍କ ମଧ୍ୟରୁ ୬,୯୪୩ ଜଣ ପାସ କରିଥିବା ବେଳେ କରେସପଣ୍ଡେନ୍ସ ୪,୫୨୯ ଜଣଙ୍କ ମଧ୍ୟରୁ ୩,୩୩୧ ଜଣ ପାସ କରିଛନ୍ତି।

ରେଗୁଲାର, ଏକ୍ସରେଗୁଲାର ଓ କରେସପଣ୍ଡେନ୍ସ୍ସରେ ମିଶି ମୋଟ ୨,୨୦,୦୮୧ଛାତ୍ରୀଛାତ୍ରଙ୍କର ମୂଲ୍ୟାୟନ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧,୯୬,୯୫୯ ଜଣ ପାସ କରିଛନ୍ତି। ଅର୍ଥାତ ମୋଟ ପାସ ହାର ୮୯.୪୯% ରହିଛି।

୧,୧୨,୦୫୯ ଜଣ ଛାତ୍ରୀ ଓ ୮୪,୯୦୦ ଜଣ ଛାତ୍ର ପାସ କରିଛନ୍ତି।
ଛାତ୍ରୀଙ୍କ ପାସ ହାର ୯୨.୩୪% ରହିଥିବା ବେଳେ ଛାତ୍ରଙ୍କ ପାସ ହାର ୮୫.୯୮% ରହିଛି।

୩୦,୫୧୦ ଜଣ ପ୍ରଥମ ଶ୍ରେଣୀରେ ପାସ କରିଥିବା ବେଳେ ୪୬,୧୦୧ ଜଣ ଦ୍ୱିତୀୟ ଶ୍ରେଣୀରେ ପାସ କରିଛନ୍ତି। ୧,୧୯,୫୦୫ ଜଣ ତୃତୀୟ ଶ୍ରେଣୀରେ ପାସ କରିଛନ୍ତି।

ସେହିପରି ଧନ୍ଦାମୂଳକ ଶିକ୍ଷାରେ ୬,୧୯୭ ଜଣ ଛାତ୍ରୀଛାତ୍ରଙ୍କର ମୂଲ୍ୟାୟନ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫,୩୩୧ ଜଣ ପାସ କରିଛନ୍ତି। ଧନ୍ଦାମୂଳକ ଶିକ୍ଷାରେ ମୋଟ ପାସ ହାର ୮୬.୦୨% ରହିଛି।

୬,୧୯୭ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୪,୯୨୦ ଜଣ ରେଗୁଲାର ଓ ୧,୨୭୭ ଜଣ ଏକ୍ସ-ରେଗୁଲାର ଥିଲେ। ରେଗୁଲାରରେ ୪,୮୭୯ ଜଣ ପାସ କରିଥିବା ବେଳେ ଏକ୍ସ-ରେଗୁଲାରରେ ୪୫୨ ଜଣ ପାସ କରିଛନ୍ତି।

ମୋଟ ୫,୩୩୧ ଜଣ ପାସ କରିଥିବା ବେଳେ ସେମାନଙ୍କ ମଧ୍ୟରେ ୨,୬୧୪ ଜଣ ଛାତ୍ରୀ ଓ ୨,୭୧୭ ଜଣ ଛାତ୍ର ଅଛନ୍ତି। ଛାତ୍ରୀଙ୍କ ପାସ ହାର ୮୮.୪% ଥିବା ବେଳେ ଛାତ୍ରଙ୍କ ପାସ ହାର ୮୩.୮୫% ରହିଛି।

୧,୦୭୬ ଜଣ ପ୍ରଥମ ଶ୍ରେଣୀରେ ପାସ କରିଥିବା ବେଳେ ୧,୮୩୬ ଜଣ ଦ୍ୱିତୀୟ ଶ୍ରେଣୀରେ ଓ ୨,୨୧୯ ଜଣ ତୃତୀୟ ଶ୍ରେଣୀରେ ପାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?