ଭାଙ୍ଗିଗଲା ବିଶ୍ୱର ସବୁଠାରୁ ବଡ ଆଣ୍ଟେନା: ଏଲିଅନଙ୍କ ସମ୍ପର୍କରେ ମିଳି ପାରିବନି ସୂଚନା !

ଆରେକିବୋ,୩ ।୧୨: ବିଶ୍ୱର ସବୁଠାରୁ ବଡ ଟେଲିସ୍କୋପ ମଙ୍ଗଳବାର ବିଳମ୍ବିତ ରାତିରେ ଭାଙ୍ଗି ଯାଇଥିବା ସୂଚନା ମିଳିଛି । ଆଣ୍ଟେନା ଉପରେ ଟାୱାର ଓ କେବଲ୍ ପଡିଯିବା ଫଳରେ ଏହା ପାଖାପାଖି ୪୫୦ ଫୁଟ ତଳକୁ ପଡିଯାଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା କୁହାଯାଉଛି । ଏହାପରେ ଏଲିଅନ ଓ ଆଣ୍ଟିରଏଡ୍ସ ଉପରେ ତଥ୍ୟ ଯୋଗାଉଥିବା ଅବଜରଭେଟୋରୀ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ତେଣୁ ଏବେ ଆଉ ଏଲିଅନଙ୍କ ସମ୍ପର୍କରେ ତଥ୍ୟ ମିଳିପାରିବ ନାହିଁ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, ଏହି ଆଣ୍ଟେନାକୁ ନେଇ ଜେମ୍ସ ବଣ୍ଡ ସିରିଜ୍‌ର ମୁଭି ଗୋଲଡେନ ଆଇର ଶୁଟିଂ କରାଯାଇଥିଲା । ରଏଟର୍ସର ଏକ ଖବର ଅନୁଯାୟୀ, ପ୍ଲୁଟୋ ରିକୋ ଆର୍ସିବୋ ଅବଜରଭେଟୋରୀରେ ଏହି ଆଣ୍ଟେନା ଲଗାଯାଇଥିଲା । ଏହି ଆଣ୍ଟେନା ମହାକାଶରୁ ଆସିଥିବା ବିପଦ ଓ ଏଲିଅନ ଦୁନିଆ ବିଷୟରେ ସାରା ବିଶ୍ୱର ବୈଜ୍ଞାନିକଙ୍କୁ ସୂଚନା ପ୍ରଦାନ କରୁଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri