ସରକାରଙ୍କ ଦୃଷ୍ଟି ଆଢୁଆଳରେ ପୁଇଁତୋଳା ଏମଇ ସ୍କୁଲ

ଗଞ୍ଜାମ,୨୦।୧୦(ଡି.ଏନ.ଏ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ ପୁଇଁତୋଳାଠାରେ ଥିବା ମଧ୍ୟ ଇଂରାଜୀ ବିଦ୍ୟାଳୟଟି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ଜଣାପଡିଛି l ଗ୍ରାମବାସୀଙ୍କ ଉଦ୍ୟମରେ ୧୯୯୪ରେ ସ୍ଥାପିତ ହୋଇଥିବା ଏହି ସ୍କୁଲଟି ନିଉ ଏଡେଡ଼ ସ୍କୁଲ ହୋଇଥିବା ହେତୁ ସରକାରଙ୍କ ଆଢୁଆଳରେ ଥିବା ପରିଲିକ୍ଷିତ ହୋଇଛି। ଦୁଇଟି ଶ୍ରେଣୀଗୃହ ଷଷ୍ଠ ଓ ସପ୍ତମରେ ମୋଟ ୫୧ ଜଣ ଛାତ୍ରୀଛାତ୍ର ଅଧୟନ କରୁଥିବା ବେଳେ ପ୍ରଧାନ ଶିକ୍ଷକ ବିଷ୍ଣୁ ଚରଣ ପଟ୍ଟନାୟକ ଓ ସହକାରୀ ଶିକ୍ଷକ ସୁରେନ୍ଦ୍ର କୁମାର ଦଳାଇ ଶିକ୍ଷାଦାନ କରୁଛନ୍ତି l ସରକାରଙ୍କ ପକ୍ଷରୁ କେବଳ ମାଗଣା ଡ୍ରେସ, ବହି ଓ ମଧ୍ୟାହ୍ନ ଭୋଜନକୁ ଛାଡିଦେଲେ ଅନ୍ୟ କୌଣସି ଆନୁସଙ୍ଗିକ ବ୍ୟବସ୍ଥା ନାହିଁ। ସ୍କୁଲରେ ପାନୀୟ ଜଳ ବ୍ୟବସ୍ଥା ନାହିଁ। ପିଲାଙ୍କୁ ତ୍‌ଖେଳ ଉପକରଣ ମଧ୍ୟ ଯୋଗାଇଦିଆଯାଉ ନାହିଁ। ଏମିତିକି ସ୍କୁଲରେ ରଙ୍ଗ ଦେବା, ଚଖଡ଼ି, ଡଷ୍ଟର ଆଦି ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉ ନ ଥିବା ପ୍ରଧାନ ଶିକ୍ଷକ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି। ସମସ୍ୟା ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ଭାଗିରଥୀ ବେହେରାଙ୍କୁ ପଚାରିବାରେ ବର୍ତ୍ତମାନ ଏନେଇ ଜିଲା ଶିକ୍ଷାଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri