Posted inଖେଳ

ରେକର୍ଡ ଭାଙ୍ଗିଲେ ପୂଜାରା

ଲଣ୍ଡନ,୧୫।୮: ଭାରତୀୟ କ୍ରିକେଟର୍‌ ଚେତେଶ୍ୱର ପୂଜାରା ତାଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ଫର୍ମରେ ଅଛନ୍ତି। ଟେଷ୍ଟ ଦଳରୁ ଓହରିଯିବା ପରେ ସେ ଇଂଲଣ୍ଡରେ କାଉଣ୍ଟି କ୍ରିକେଟ ଖେଳିବାକୁ ନିଷ୍ପତ୍ତି ନେଇଥିଲେ। ସସେକ୍ସ ପାଇଁ ଖେଳି ସେ ୮ଟି ମ୍ୟାଚରେ ୫ ଶତକ ହାସଲ କରିଥିଲେ। ଏହି ସମୟ ମଧ୍ୟରେ ସେ ୨୩୧ ରନ୍‌ର ଏକ ବଡ଼ ଇନିଂସ୍‌ ଖେଳିଥିଲେ। ବର୍ତ୍ତମାନ ତାଲିକା-ଏ ରୟାଲ ୱାନ୍‌ଡେ କପ୍‌ ଟୁର୍ନାମେଣ୍ଟରେ ମଧ୍ୟ ତାଙ୍କ ବ୍ୟାଟ୍‌ ଚାଲିଛି। ସେ ଏପର୍ଯ୍ୟନ୍ତ ୫ଟି ମ୍ୟାଚ୍‌ରେ ୨ ଶତକ ଏବଂ ଗୋଟିଏ ଅର୍ଦ୍ଧଶତକ ହାସଲ କରିଛନ୍ତି। ଅର୍ଥାତ୍‌ ଏହି ସମୟ ମଧ୍ୟରେ ସେ ମୋଟ ୧୩ଟି ମ୍ୟାଚ୍‌ରେ ୭ ଶତକ ହାସଲ କରିଛନ୍ତି। ତାଙ୍କ ବ୍ୟାଟିଂ ଆଭରେଜ୍‌ ୧୦୦ରୁ ଅଧିକ ରହିଛି।

ରୟାଲ ୱାନ୍‌ଡେ କପ୍‌ର ଏକ ମ୍ୟାଚ୍‌ରେ ପୂଜାରା ସରେ ବିପକ୍ଷରେ ୧୩୧ ବଲ୍‌ରେ ୧୭୪ ରନ୍‌ ସଂଗ୍ରହ କରିଥିଲେ। ତାଲିକା-ଏ କ୍ରିକେଟରେ ଏହା ତାଙ୍କର ସର୍ବଶ୍ରେଷ୍ଠ ସ୍କୋର। ଇଂଲଣ୍ଡରେ ଘରୋଇ ଦିନିକିଆ କ୍ରିକେଟରେ ଏସୀୟ କ୍ରିକେଟର୍‌ଙ୍କ ମଧ୍ୟରେ ଏହା ମଧ୍ୟ ସର୍ବଶ୍ରେଷ୍ଠ ଇନିଂସ। ସେ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁମାର ସାଙ୍ଗକରା ଏବଂ ପାକିସ୍ତାନର ପୂର୍ବତନ ଅଧିନାୟକ ଜହିର ଅବ୍ବାସଙ୍କ ରେକର୍ଡ ଭାଙ୍ଗିଛନ୍ତି। ୨୦୧୫ରେ ସରେ ପାଇଁ ଖେଳୁଥିବା ସାଙ୍ଗକରା ୧୬୬ ସ୍କୋର କରିଥିବାବେଳେ ଅବ୍ବାସ ୧୯୮୪ରେ ଗ୍ଲୁକେଷ୍ଟେରେଶର୍‌ ପାଇଁ ୧୫୮ ରନ୍‌ର ଇନିଂସ ଖେଳିଥିଲେ।

୩୪ ବର୍ଷୀୟ ପୂଜାରା ଟିମ୍‌ ଇଣ୍ଡିଆ ପାଇଁ ମାତ୍ର ୫ଟି ଦିନିକିଆ ଖେଳିଛନ୍ତି। ସେ ୮ ବର୍ଷ ପୂର୍ବେ ୨୦୧୪ରେ ତାଙ୍କର ଶେଷ ସୁଯୋଗ ପାଇଥିଲେ। ଏଥିସହିତ ସେ ଏପର୍ଯ୍ୟନ୍ତ ଭାରତ ପାଇଁ ଅନ୍ତର୍ଜାତୀୟ ଟି-୨୦ ଖେଳିବାକୁ ସୁଯୋଗ ପାଇନାହାନ୍ତି। ତାଙ୍କୁ ଜଣେ ଟେଷ୍ଟ ସ୍ପେଶାଲିଷ୍ଟ କୁହାଯାଏ। ସେ ୯୬ ଟେଷ୍ଟରେ ୬୭୯୨ ରନ୍‌ ସ୍କୋର କରିଛନ୍ତି। ଏଥିରେ ୧୮ ଶତକ ଏବଂ ୩୩ ଅର୍ଦ୍ଧଶତକ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?