Posted inଖେଳ

ବୋଲରଙ୍କୁ ଥକେଇ ଦେଲେ ପୂଜାରା, କୋହଲି

ଲିଡ୍ସ,୨୭।୮: ସ୍ଥାନୀୟ ଲିଡ୍ସ ଗ୍ରାଉଣ୍ଡରେ ଚାଲିଥିବା ତୃତୀୟ ଟେଷ୍ଟକୁ ୩ୟ ଦିନରେ ଜିତି ନେବାକୁ ଆଶା ରଖିଥିଲା ଇଂଲଣ୍ଡ। କିନ୍ତୁ ଘରୋଇ ବୋଲରଙ୍କୁ ଥକେଇ ଦେଇଛନ୍ତି ଟିମ୍‌ ଇଣ୍ଡିଆର ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଓ ଅଧିନାୟକ ବିରାଟ କୋହଲି। ଦୁହିଁଙ୍କ ବ୍ୟାଟିଂ ଯୋଗୁ ଚଳିତ ଟେଷ୍ଟରେ ରୋଚକ ମୋଢ଼ ଆସିଛି। ପ୍ରଥମ ଇନିଂସରେ ୭୮ ରନ୍‌ କରିଥିବା ଟିମ୍‌ ଇଣ୍ଡିଆ ତୃତୀୟ ଦିନ ଶେଷ ସୁଦ୍ଧା ଦ୍ୱିତୀୟ ପାଳିରେ ମାତ୍ର ୨ ଉଇକେଟ ହରାଇ ୨୧୫ ରନ୍‌ କରିଛି। ମ୍ୟାଚ୍‌ରେ ଆହୁରି ଦୁଇ ଦିନ ଥିବା ବେଳେ ଭାରତକୁ ଇନିଂସ ପରାଜୟ ଏଡ଼ାଇବା ଲାଗି ଆଉ ୧୩୯ ରନ୍‌ ଦରକାର।

ଶୁକ୍ରବାର ଇଂଲଣ୍ଡ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୪୨୩/୮ରୁ ବ୍ୟାଟିଂ ଆରମ୍ଭ କରି ୪୩୨ରେ ଅଲଆଉଟ୍‌ ହୋଇଯାଇଥିଲା। ୩୫୪ ରନ୍‌ ପଛରେ ଥିବା ଭାରତ ଆରମ୍ଭରୁ ହରାଇଥିଲା ଲୋକେଶ ରାହୁଲ (୮)ଙ୍କ ଉଇକେଟ୍‌। ଅନ୍ୟତମ ଓପନର ରୋହିତ ଶର୍ମା ଓ ଚେତେଶ୍ୱର ପୂଜାରା ଇଂଲଣ୍ଡ ବୋଲରଙ୍କ ପରୀକ୍ଷା ନେଇଥିଲେ। ଦୁଇ ବ୍ୟାଟ୍ସମ୍ୟାନ ଦ୍ୱିତୀୟ ଉଇକେଟ ଲାଗି ଦଳୀୟ ସ୍କୋରରେ ଯୋଡ଼ିଥିଲେ ୮୨ ରନ୍‌। ଅର୍ଦ୍ଧଶତକ ପୂରଣ କରିବା ପରେ ପ୍ୟାଭିଲିୟନ ଫେରିଯାଇଥିଲେ ରୋହିତ (୫୯)। ଏହାପରେ ଅଧିନାୟକ ବିରାଟ କୋହଲି (୪୫*) ଓ ପୂଜାରା (୯୧*)ଙ୍କ ଯୋଡ଼ି ଘରୋଇ ବୋଲରଙ୍କୁ ଆଉ ଉଇକେଟ ନେବାକୁ ସୁଯୋଗ ଦେଇ ନ ଥିଲା। ଦୁହେଁ ଅବିଭାଜିତ ୩ୟ ଉଇକେଟ ପାଇଁ ୯୯ ରନ୍‌ ଯୋଡ଼ିଛନ୍ତି। ୩ୟ ଦିନ ଶେଷ ସୁଦ୍ଧା ଭାରତ ୨ ଉଇକେଟ ହରାଇ ୨୧୫ ରନ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri