Posted inଖେଳ

ଅଭ୍ୟାସ ଆରମ୍ଭ କଲେ ପୂଜାରା

ରାଜକୋଟ,୫।୭: ଭାରତୀୟ ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଅଭ୍ୟାସ ଆରମ୍ଭ କରିଛନ୍ତି। କରୋନା ଭାଇରସ କାରଣରୁ ଜାରି କରାଯାଇଥିବା ଲକ୍‌ଡାଉନ୍‌ କାରଣରୁ ସେ ଘରେ ଥିଲେ। ତେବେ ସ୍ଥିତି ସାମାନ୍ୟ ହେବା ପରେ ସେ ଏକା ଏକା ନେଟ୍‌ ପ୍ରାକ୍ଟିସ୍‌ ଆରମ୍ଭ କରିଛନ୍ତି। ଚଳିତବର୍ଷ ଶେଷ ଆଡକୁ ଭାରତୀୟ କ୍ରିକେଟ ଦଳ ଅଷ୍ଟ୍ରେଲିଆ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ହାଇପ୍ରୋଫାଇଲ ଗସ୍ତକୁ ଦୃଷ୍ଟିରେ ରଖି ପୂଜାରା ଅଭ୍ୟାସ ଆରମ୍ଭ କରିଛନ୍ତି। ଅନ୍ୟ କ୍ରିକେଟରମାନେ ମଧ୍ୟ ଅଭ୍ୟାସ ଆରମ୍ଭ କରିଛନ୍ତି। ତେବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ଆନୁଷ୍ଠାନିକ ପ୍ରଶିକ୍ଷଣ ଶିବିର ଆୟୋଜନ ନେଇ ଆନୁଷ୍ଠାନିକ ଘୋଷଣା କରିନାହିଁ। ଅଗଷ୍ଟ ପର୍ଯ୍ୟନ୍ତ ଭାରତୀୟ ଦଳରେ କୌଣସି କ୍ୟାମ୍ପ ଆୟୋଜନ ହେବ ନାହିଁ ବୋଲି ପୂର୍ବରୁ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ପୂର୍ବରୁ କହିଥିଲେ।
ଇତିମଧ୍ୟରେ ଶନିବାର ଅଭ୍ୟାସ ନେଇ ପୂଜାରା ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏଥିରେ ସେ ବିଭିନ୍ନ ଶଟ୍‌ ଖେଳୁଥିବାର ଦେଖାଯାଇଛି। ଏଥିରେ ସେ ଲୟକୁ ଫେରୁଛନ୍ତି ବୋଲି ଉଲ୍ଲେଖ କରିଛନ୍ତି। ଗତ ଅଷ୍ଟ୍ରେଲିଆ ଗସ୍ତରେ ପୂଜାରା ଜବରଦସ୍ତ ପ୍ରଦର୍ଶନ କରି ଭାରତର ସିରିଜ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଏହି ଗସ୍ତରେ ପୂଜାରା ୭ଟି ଇନିଂସରେ ୭୪.୪୩ ହାରରେ ୫୨୧ ରନ ସଂଗ୍ରହ କରିଥିଲେ। ଏଥିରେ ତାଙ୍କର ୩ଟି ଶତକ ସାମିଲ ଥିଲା। ଭାରତ ପାଇଁ ପୂଜାରା ଏପର୍ଯ୍ୟନ୍ତ ୭୭ଟି ଟେଷ୍ଟ ଖେଳି ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri