Posted inଖେଳ

ତ୍ୟାଗୀଙ୍କ ବାଉନ୍ସରରେ ପୁକୋଭସ୍କି ଆହତ: ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚରୁ ଓହରିଲେ

ସିଡ୍‌ନୀ, ୯।୧୨(ପି.ଟି.)- ଭାରତ ବିପକ୍ଷରେ ଟେଷ୍ଟ ପଦାର୍ପଣ ପାଇଁ ହଟ୍‌ ଫେଭରାଇଟ୍‌ ଥିବା ଅଷ୍ଟ୍ରେଲିଆର ଓ୍ବିଲ୍‌ ପୁକୋଭସ୍କି କାର୍ତ୍ତିକ ତ୍ୟାଗୀଙ୍କ ବାଉନ୍ସରରେ ଆହତ ହୋଇଛନ୍ତି। ଭାରତ ‘ଏ’ ବିପକ୍ଷରେ ଅଷ୍ଟ୍ରେଲିଆ ‘ଏ’ ପକ୍ଷରୁ ଓ୍ବାର୍ମଅପ୍‌ ମ୍ୟାଚରେ ପ୍ରତିନିଧିତ୍ୱ କରିଥିବା ପୁକୋଭସ୍କି ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରୁଥିବା ବେଳେ ତ୍ୟାଗୀଙ୍କ ବାଉନ୍ସର ତାଙ୍କ ହେଲ୍‌ମେଟକୁ ଜୋରରେ ଆଘାତ ଦେଇଥିଲା। ଫଳରେ ସେ କନ୍‌କସନରେ ରିଟାୟର୍ଡ ହର୍ଟ ହୋଇ ପଡ଼ିଆ ଛାଡ଼ିଥିଲେ। ସେତେବେଳେ ସେ ୨୩ ରନ କରିଥିଲେ। ତେଣୁ ଚଳିତମାସ ୧୧ରୁ ଆରମ୍ଭ ହେବାକୁଥିବା ଦ୍ୱିତୀୟ ଓ୍ବାର୍ମଅପ୍‌ ଗେମ୍‌ରେ ସେ ଖେଳିବେ ନାହିଁ ବୋଲି ସ୍ପଷ୍ଟ କରାଯାଇଛି। ଡିସେମ୍ବର ୧୭ରୁ ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟ ଆରମ୍ଭ ହେବ। ଏହା ଦିବାରାତ୍ର ବିଶିଷ୍ଟ ଖେଳାଯିବ। ଅଷ୍ଟ୍ରେଲିଆର ନିୟମିତ ଓପନର ଡେଭିଡ ଓ୍ବାର୍ନର ଆହତ ଥିବାରୁ ପୁକୋଭସ୍କି ତାଙ୍କ ସ୍ଥାନ ନେବା ଏକ ପ୍ରକାର ନିଶ୍ଚିତ ହୋଇଛି। ପୁକୋଭସ୍କିଙ୍କ ସାମାନ୍ୟ ସଂଘାତଜନିତ ସମସ୍ୟାରେ ଥିବା ଅନୁଭବ କରୁଛନ୍ତି। ସେ କାହା ସହାୟତା ନ ନେଇ ପଡ଼ିଆ ଛାଡ଼ିଥିଲେ। ମେଡିକାଲ ରୁମ୍‌ରେ ପରୀକ୍ଷା ପରେ ସେ ନିଜ ସ୍ବାସ୍ଥ୍ୟ ସମସ୍ୟା ସମ୍ପର୍କରେ ଟିମ୍‌ ମ୍ୟାନେଜମେଣ୍ଟ ଏବଂ ପରିବାରବର୍ଗଙ୍କୁ ଜଣାଇଛନ୍ତି। ସେ ଅଷ୍ଟ୍ରେଲିଆ ‘ଏ’ ଦଳ ସହିତ ରହିବେ, ମାତ୍ର ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ ଖେଳିବେ ନାହିଁ ବୋଲି ଟିମ୍‌ ଡାକ୍ତର ଜନ୍‌ ଓର୍ଚାର୍ଡ ପ୍ରକାଶ କରିଛନ୍ତି। ହେଲମେଟର ସମ୍ମୁଖଭାଗ ଗାର୍ଡରେ ବଲ୍‌ ବାଜିବା ପରେ ପୁକୋଭସ୍କି ଆଣ୍ଠେଇ ପଡ଼ିଥିଲେ। କିଛି ମିନିଟ ସେପରି ରହିବାପରେ ଚାଲିବା ଆରମ୍ଭ କରିଥିଲେ। ୨୨ ବର୍ଷୀୟ ଏହି ଓପନରଙ୍କ ନିକଟରେ ମେଡିକାଲ ଟିମ୍‌ ତତ୍‌କ୍ଷଣାତ ପହଞ୍ଚତ୍ ଚିକିତ୍ସା ଆରମ୍ଭ କରିଥିଲା। ୨୪ ଘଣ୍ଟା ପର୍ଯ୍ୟନ୍ତ ସେ ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରହିବେ। ସେ ପ୍ରଥମ ଟେଷ୍ଟ ଖେଳିବାନେଇ ସନ୍ଦେହ ପ୍ରକାଶ ପାଇଥିଲେ ହେଁ କ୍ରିକେଟ ଅଷ୍ଟ୍ରେଲିଆ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri