Posted inଖେଳ

ପୁକୋଭସ୍କି ଆହତ

ସିଡ୍‌ନୀ, ୧୨ା୧ (ପି.ଟି.)-ଭାରତ ବିପକ୍ଷ ତୃତୀୟ ଡ୍ର’ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆର ପଦାର୍ପଣକାରୀ ବ୍ୟାଟ୍ସମ୍ୟାନ ଓ୍ବିଲ୍‌ ପୁକୋଭସ୍କି ଆହତ ହୋଇଛନ୍ତି। ସ୍କାନ ପାଇଁ ତାଙ୍କୁ ସ୍ଥାନୀୟ ଏକ ହସ୍ପିଟାଲକୁ ନିଆଯାଇଥିଲା। ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ ଚତୁର୍ଥ ଦିବସ ଖେଳ ବେଳେ ଭାରତ ଇନିଂସର ୮୬ତମ ଓଭରରେ ମିଡ୍‌ଉଇକେଟ ଅଞ୍ଚଳରେ ବଲ୍‌ ପାଇଁ ଡାଇଭ୍‌ ମାରୁଥିବାବେଳେ ଏହି ୨୨ବର୍ଷୀୟ ଖେଳାଳିଙ୍କ ଡାହାଣ କାନ୍ଧରେ ଆଘାତ ଲାଗିଛି। ଡାଇଭ୍‌ ମାରି ଆହତ ହେବା ପରେ ପୁକୋଭସ୍କି କିଛି ସମୟ ତାଙ୍କ କାନ୍ଧକୁ ଚାପି ଧରିଥିଲେ। ଓଭର ଶେଷରେ ଏହି ଯୁବ ଖେଳାଳି ପଡ଼ିଆ ଛାଡ଼ିଥିଲେ। ଫଳରେ ତାଙ୍କର ଅନ୍ତିମ ଟେଷ୍ଟ ଖେଳିବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ପୁକୋଭସ୍କି ତାଙ୍କ ପଦାର୍ପଣ ମ୍ୟାଚର ପ୍ରଥମ ଇନିଂସରେ ୬୨ ରନ ସଂଗ୍ରହ କରି ଦୃଷ୍ଟି ଆକର୍ଷଣ କରିଥିଲେ। କିନ୍ତୁ ଦ୍ୱିତୀୟ ଇନିଂସରେ ମାତ୍ର ୧୦ରନ କରି କଟ୍‌ ବିହାଇଣ୍ଡ ହୋଇଥିଲେ। ଅନ୍ୟପକ୍ଷରେ ପୁକୋଭସ୍କିଙ୍କ ଫିଟ୍‌ନେସ୍‌ ଉପରେ କୌଣସି ବିଧିବଦ୍ଧ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri