ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…

ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ କୁମ୍ଭୀର ଟାଣିଟାଣି ନେଇଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନରେ।
ପେଟା ରେଞ୍ଜ ଅଫିସ ସଂଲଗ୍ନ ରଟପଙ୍କ ଗ୍ରାମର ଶଙ୍କରଙ୍କର ଏକ ବଳଦ ନାଳ ନିକଟରେ ଚରୁଥିଲା। ବୁଧବାର ଅପରାହ୍ନରେ ଶଙ୍କର ଖୋଜିବାକୁ ଯିବା ସମୟରେ କୁମ୍ଭୀର ଟାଣି ତାଙ୍କୁ ନେଇଥିଲା। ଶଙ୍କରଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଉଦ୍ଧାର କରିବା ପାଇଁ ଉଦ୍ୟମ କରିଥିଲେ। ଖବର ପାଇ ଗହୀରମଥା ସାମୁଦ୍ରିକ ରେଞ୍ଜ ଅଧିକାରୀ ପ୍ରଦୋଷ କୁମାର ମହାରଣା ଘଟଣାସ୍ଥଳରେ ପହଞ୍ଚି ଡଙ୍ଗା ସାହାଯ୍ୟରେ ଖୋଜାଖୋଜି କରିଥିଲେ ହେଁ ଖବର ଲେଖାହେବା ସୁଦ୍ଧା ଶଙ୍କରଙ୍କ କୌଣସି ପତ୍ତା ମିଳିନାହିଁ।

ଅନ୍ୟପକ୍ଷରେ ଶଙ୍କରଙ୍କ ନିଖୋଜ ଖବର ପାଇ ସ୍ତ୍ରୀ, ଦୁଇ ଝିଅ-ଦୁଇ ପୁଅ ହତାଶ ହୋଇପଡ଼ିଛନ୍ତି। ରେଞ୍ଜ ଅଧିକାରୀଙ୍କ ମତାମତ ନେବାରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉଦ୍ଧାର ପରେ ଯାହା ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri