Posted inଜାତୀୟ

କୋଭିଡ୍‌ ଆକ୍ରାନ୍ତଙ୍କ ଫୁସ୍‌ଫୁସ୍‌ ସମସ୍ୟା ବଢ଼ିଛି

ନୂଆଦିଲ୍ଲୀ, ୨୮।୨ : କୋଭିଡ୍‌ ଦ୍ୱାରା ଗମ୍ଭୀର ଭାବେ ଆକ୍ରାନ୍ତ ହୋଇଥିବା ଭାରତୀୟଙ୍କ ମଧ୍ୟରୁ ଅଧିକାଂଶଙ୍କର ଫୁସ୍‌ଫସ୍‌ ଜନିତ ସମସ୍ୟା ବଢ଼ିଛି, ଯାହା ଫଳରେ ସେମାନଙ୍କ ଶ୍ୱାସକ୍ରିୟାରେ ସମସ୍ୟା ଉପୁଜୁଥିବା ଏକ ଅଧ୍ୟୟନରୁ ଜଣା ପଡ଼ିଛି। ଭେଲ୍ଲୋରର ଖ୍ରୀଷ୍ଟିଆନ ମେଡିକାଲ କଲେଜ ଦ୍ୱାରା ଏହି ଅଧ୍ୟୟନ କରାଯାଇଥିବାବେଳେ ଏଥିରେ କୋଭିଡ୍‌ ଦ୍ୱାରା ଗମ୍ଭୀର ଭାବେ ଆକ୍ରାନ୍ତ ହୋଇଥିବା ୨୦୭ ଜଣ ବ୍ୟକ୍ତିଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ପ୍ରାୟ ୨ ମାସରୁ ଅଧିକ ସମୟ ଧରି କରୋନାରେ ପୀଡ଼ିତ ଥିବା ବ୍ୟକ୍ତିଙ୍କୁ ଏହି ଅଧ୍ୟୟନରେ ସାମିଲ କରାଯାଇଥିଲା। କରୋନାରୁ ସୁସ୍ଥ ହୋଇଥିବା ଏହି ବ୍ୟକ୍ତିମାନଙ୍କ ଫୁସ୍‌ଫୁସ୍‌ର କାର୍ଯ୍ୟ କ୍ଷମତା ହ୍ରାସ ପାଇଥିବା ବେଳେ ସେମାନଙ୍କ ଜୀବନଶୈଳୀରେ ଯଥେଷ୍ଟ ଦୁର୍ବଳତା ପ୍ରଦର୍ଶିତ ହୋଇଥିବା ଏହି ଅଧ୍ୟୟନରୁ ଜଣା ପଡ଼ିଛି। ପରୀକ୍ଷା କରାଯାଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ପ୍ରାୟ ଅଧା ବ୍ୟକ୍ତି (୪୯.୩%) ଶ୍ୱାସକ୍ରିୟାରେ ଅସୁବିଧା ଭୋଗ କରୁଥିବା ଲକ୍ଷ୍ୟ କରାଯାଇଛି। ସେହିପରି ୨୭ ପ୍ରତିଶତ ବ୍ୟକ୍ତିଙ୍କ ନିକଟରେ କାଶର ଲକ୍ଷଣ ଥିବା ଏହି ଅଧ୍ୟୟନ କହିଛି। ପୂର୍ବରୁ କୋଭିଡ୍‌ରେ ଆକ୍ରାନ୍ତ ଥିବା ଅନ୍ୟ ଦେଶର ଜନସାଧାରଣଙ୍କ ତୁଳନାରେ ଭାରତୀୟଙ୍କ ଫୁସ୍‌ଫସ୍‌ର କାର୍ଯ୍ୟକ୍ଷମତା ଅଧିକ ହ୍ରାସ ପାଇିଥିବା ନେଇ ସ୍ପଷ୍ଟ କରିଛନ୍ତି ଏହି ଅଧ୍ୟୟନର ମୁଖ୍ୟ ଗବେଷକ ତଥା ଖ୍ରୀଷ୍ଟିଆନ୍‌ ମେଡିକାଲ କଲେଜର ପ୍ରଫେସର ଡି.ଜେ. ଖ୍ରିଷ୍ଟୋଫର୍‌। ତେବେ ଏହାର କୌଣସି ସ୍ପଷ୍ଟ କାରଣ ଜଣା ପଡ଼ି ନ ଥିବା ବେଳେ ପୂର୍ବରୁ ଅନ୍ୟ କୌଣସି ରୋଗରେ ପୀଡ଼ିତ ରହି କୋଭିଡ୍‌ରେ ଆକ୍ରାନ୍ତ ହେବା ଦ୍ୱାରା ଏପରି ଘଟିଥାଇପାରେ ବୋଲି ସେ ଆଶଙ୍କା କରିଛନ୍ତି। ବିଭିନ୍ନ ରୋଗରେ ପୀଡ଼ିତ ହୋଇ କୋରୋନାରେ ଆକ୍ରାନ୍ତ ଥିବା ଭାରତୀୟଙ୍କ ସଂଖ୍ୟା ଅନ୍ୟ ଦେଶ ତୁଳନାରେ ଅଧିକ ରହିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ କୋଟି ମହିଳାଙ୍କୁ କରିବି ଲକ୍ଷପତି ଦିଦି…୬୦ ବର୍ଷ ବନାମ ୧୦ ବର୍ଷ: କଂଗ୍ରେସ ଉପରେ ବର୍ଷିଲେ ମୋଦି

ମୁମ୍ବାଇ,୩୦।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ନରେନ୍ଦ୍ର ମୋଦି ମଙ୍ଗଳବାର ମହାରାଷ୍ଟ୍ରର ମାଧାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ରାଲିରେ...

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ମହିଳାଙ୍କ ସମେତ ୭ ନକ୍ସଲ ସଫା

ରାୟପୁର,୩୦।୪: ଛତିଶଗଡର ନାରାୟଣପୁର ଏବଂ କାଙ୍କରେ ସୀମାରେ ସୁରକ୍ଷା ବାହିନୀ ଦ୍ୱାରା ହୋଇଥିବା ଏନକାଉଣ୍ଟରରେ ୭ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ନାରାୟଣପୁର ଆବୁଜମାଡ ଜଙ୍ଗଲରେ...

ରାମଦେବଙ୍କ ପ୍ରତି ନରମ ମନୋଭାବ ଦେଖାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୪: ଏଲୋପାଥି ବିରୋଧରେ ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟରେ ଏକ ଶୁଣାଣି ହୋଇଥିଲା। ପତଞ୍ଜଳି ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ବାବା ରାମଦେବ ଏବଂ...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ହଟାଗଲା ୟାସିନ ମଲିକ, ମନମୋହନ ସିଂଙ୍କ ଫଟୋ ଥିବା ପୋଷ୍ଟର, କଂଗ୍ରେସକୁ ଭୋଟ ଦେବାକୁ କରାଯାଇଥିଲା ଅପିଲ

ନୂଆଦିଲ୍ଲୀ,୩୦।୪: ଆତଙ୍କବାଦ ପାଣ୍ଠି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ (ଜେ.କେ.ଏଲ.ଏଫ) ମୁଖ୍ୟ ୟାସିନ ମଲିକଙ୍କ ପୋଷ୍ଟରକୁ ଦିଲ୍ଲୀ ପୋଲିସ ହଟାଇ...

ସିକ୍ରେଟ ଖୋଲିଲେ ମୋଦି

ନୂଆଦିଲ୍ଲୀ,୩୦।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲାକୋଟ ଏୟାର ଷ୍ଟ୍ରାଇକ ସମ୍ପର୍କରେ ଏକ କାହାଣୀ ପ୍ରକାଶ କରିଛନ୍ତି। ୨୦୧୯ ବାଲାକୋଟ ଏୟାର...

କୋଟିପତି କଳ୍ପନା, ସ୍ବାମୀଙ୍କ ଅପେକ୍ଷା ରହିଛି ୪ ଗୁଣା ଅଧିକ ସମ୍ପତ୍ତି

ରାଞ୍ଚି,୩୦।୪: ଝାଡ଼ଖଣ୍ଡର ଗାଂଡେୟ ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ହେମନ୍ତ ସୋରେନଙ୍କ...

ପ୍ରିୟଙ୍କା ରାୟବରେଲିରୁ, ରାହୁଲ ଆମେଠିରୁ ଲଢିବେ ନାହିଁ ନିର୍ବାଚନ, ରହିଛି ଏହି କାରଣ

ନୂଆଦିଲ୍ଲୀ,୩୦।୪: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଆମେଠୀ ଏବଂ ରାୟବରେଲି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri