ପାକିସ୍ତାନ ଭାତଥାଳିରୁ ଡାଲି ଅଦୃଶ୍ୟ,ବନ୍ଦରରେ ପଡ଼ି ରହିଛି ୬ ହଜାରରୁ ଅଧିକ କଣ୍ଟେନର…

ଇସଲାମାବାଦ,୧୪।୧ : ଅନ୍ୟ ଏକ ଅତ୍ୟାବଶ୍ୟକ ରୋଷେଇ ସାମଗ୍ରୀ ପାକିସ୍ତାନରେ ମୁଦ୍ରାସ୍ଫୀତି ଦ୍ୱାରା ପ୍ରଭାବିତ ଲୋକଙ୍କ ପାଇଁ ମହଙ୍ଗା ହେବା ଆରମ୍ଭ କରିଛି। ଡନ ଖବରକାଗଜ ରିପୋର୍ଟ ଅନୁଯାୟୀ, ବନ୍ଦରରେ ଆମଦାନୀ ହୋଇଥିବା ସାମଗ୍ରୀଗୁଡିକ କ୍ଲିୟରାନ୍ସ ନହେବା କାରଣରୁ ଦେଶରେ ଡାଲିର ମୂଲ୍ୟ ବୃଦ୍ଧି ପାଉଛି।

କରାଚି ହୋଲସେଲ୍ସ ଗ୍ରୋସର ଆସୋସିଏସନ (କେଡବ୍ଲୁଏଜିଏ) ର ସଭାପତି ରୌଫ ଇବ୍ରାହିମ କହିଛନ୍ତି ଯେ ଡଲାର ଅଭାବ ଯୋଗୁ ଗତ ଦୁଇ ମାସ ଧରି ବନ୍ଦରରେ ୬ ହଜାରରୁ ଅଧିକ ଡାଲି କଣ୍ଟେନର କ୍ଲିୟରାନ୍ସ ହୋଇ ପାରିନାହିଁ। ଦାମ ବୃଦ୍ଧି ଯୋଗୁ ଲୋକଙ୍କ ଭାତଥାଳିରୁ ଡାଲି ଅଦୃଶ୍ୟ ହୋଇ ଯାଇଛି।

ସାମଗ୍ରୀ ଆମଦାନୀ / ରପ୍ତାନି କରୁଥିବା ଫୈସଲ ଆନିଜ ମାଜିଦ ଡନକୁ କହିଛନ୍ତି ଯେ ଖୁଚୁରା ବଜାରରେ ମସୁର, ମୁଗ, ବୁଟ ଡାଲିର ଦାମ କିଲୋଗ୍ରାମ ପିଛା ଯଥାକ୍ରମେ ୨୭୦-୨୮୦ ପାକିସ୍ତାନୀ ମୁଦ୍ରା, ୨୫୦-୩୦୦, ୩୮୦-୪୦୦ ରେ ପହଞ୍ଚିଛି। ବନ୍ଦରରୁ ଡାଲି କଣ୍ଟେନର ଗୁଡିକର କ୍ଲିୟରାନ୍ସ ନହେବା ଯୋଗୁ ଖୁଚୁରା ମୂଲ୍ୟ ଆହୁରି ବଢ଼ିବାର ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri