Posted inଜାତୀୟ

ପୁଲଓ୍ବାମା ଆକ୍ରମଣ ମାମଲା: ଦାଖଲ ହେବ ୫ହଜାରରୁ ଅଧିକ ପୃଷ୍ଠାର ଚାର୍ଜସିଟ

ଜମ୍ମୁ,୨୫।୮: ପୁଲଓ୍ବାମା ଆକ୍ରମଣ ଏବେବି ଜୀବନ୍ତ ହୋଇ ରହିଛି ପ୍ରତିଟି ଭାରତୀୟଙ୍କ ହୃଦୟରେ। ୧୪ ଫେବୃୟାରୀ, ୨୦୧୯ରେ ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାକୁ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନ୍‌ଆଇଏ)କୁ ଦିଆଯାଇଛି। ଜମ୍ମୁର ଏନ୍‌ଆଇଏ ଅଦାଲତରେ ୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିବାକୁ ପହଞ୍ଚି ସାରିଛି। ଏଥିରେ ୫୦୦୦ରୁ ଊର୍ଦ୍ଧ୍ୱ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ କରାଯିବ ବୋଲି କୁହାଯାଉଛି। ଡେପୁଟି ଇନସପେକ୍ଟର ଜେନରାଲ ସୋନିଆ ନାରଙ୍ଗ ଓ ପୋଲିସ ଅଧିକ୍ଷକ ରାକେଶ ବଲଓ୍ବାଲଙ୍କ ଏକ ଦଳ ଯାଞ୍ଚ ପରେ ଏହି ଚାର୍ଜସିଟ ପ୍ରସ୍ତୁତ କରିଛନ୍ତି। ଏଥିରେ ଜୈଶ-ଇ-ମହମ୍ମଦର ମସୁଦ ଅଜହର, ତାଙ୍କ ଭାଇ ଅବଦୁଲ ରଉଫ ଅସଗର, ଆତଙ୍କବାଦୀ ସଙ୍ଗଠନର ଆଉ କେତେଜଣ ଆତଙ୍କବାଦୀ ଓ ୭ ଗିରଫ ହୋଇଥିବା ଆତଙ୍କବାଦୀ ତଥା ଅଭିଯୁକ୍ତଙ୍କ ନାଁ ରହିଛି। ସୂଚନାଯୋଗ୍ୟ, ପୁଲଓ୍ବାମା ଆକ୍ରମଣରେ ସିଆର୍‌ପିଏଫ୍‌ର ୪୦ ଜବାନ ଶହୀଦ ହୋଇଥିବା ବେଳେ ଏହି ଘଟଣା ପାଇଁ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ନିଜକୁ ଦାୟୀ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri