Posted inଖେଳ

ପୁଲଓ୍ବାମା ଶହୀଦଙ୍କ ପୁଅଙ୍କ ଜୀବନ ବଦଳାଇଦେଲେ ସେହ୍ବାଗ, ଟିମ୍‌ରେ ହେଲା ଚୟନ

ନୂଆଦିଲ୍ଲୀ,୧୮।୧୨: ୨୦୧୯ ଫେବୃଆରୀ ୧୪ରେ ପୁଲଓ୍ବାମାରେ ଆତଙ୍କବାଦୀମାନେ ସିଆର୍‌ପିଏଫ୍‌ ଯବାନଙ୍କ ବସ୍‌କୁ ଉଡାଇ ଦେଇଥିଲେ। ଏଥିରେ ୪୦ ଯବାନ ଶହୀଦ ହୋଇଥିଲେ। ଉକ୍ତ ଯବାନଙ୍କ ମଧ୍ୟରେ ଜଣେ ବିଜୟ ସୋରେଙ୍ଗ ଥିଲେ।ଏବେ ତାଙ୍କ ପୁଅ ରାହୁଲ ସୋରେଙ୍ଗଙ୍କୁ ବିରେନ୍ଦ୍ର ସେହ୍ବାଗ ପ୍ରତିଭାବାନ କ୍ରିକେଟର ଭାବେ ଗଢ଼ି ତୋଳିଛନ୍ତି। ଏବେ ତାଙ୍କୁ ବିଜୟ ମର୍ଚାଣ୍ଟ ଟ୍ରଫି ଲାଗି ହରିୟାଣା ଟିମ୍‌ରେ ଚୟନ କରାଯାଇଛି। ନିଜେ ସେହ୍ବାଗ ଏନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି।

ବାପା ଶହୀଦ ହେବା ସମୟରେ ରାହୁଲ ୧୦ ବର୍ଷର ଥିଲେ। ଏତେ କମ୍‌ ବୟସରେ ବାପାଙ୍କୁ ହରାଇଥିବା ବେଳେ ତାଙ୍କ ଭବିଷ୍ୟତକୁ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ସେହ୍ବାଗ କିନ୍ତୁ ତାଙ୍କ ଜୀବନ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଥିଲେ। ସିଆର୍‌ପିଏଫ୍‌ ଆକ୍ରମଣରେ ଶହୀଦ ଯବାନଙ୍କ ପିଲାମାନଙ୍କୁ ମାଗଣା ଶିକ୍ଷା ଦେବେ ବୋଲି ସେ ଘୋଷଣା କରିଥିଲେ। ସେହ୍ବାଗ ନିଜ ପ୍ରତିଶ୍ରୁତି ପୂରଣ କରିଛନ୍ତି। ସେ ରାହୁଲଙ୍କୁ ଝଜ୍ଜରରେ ଥିବା ନିଜ ସ୍କୁଲରେ ଦାଖଲ କରିଥିଲେ। ସେବେଠାରୁ ସେ ପାଠ ପଢ଼ିବା ସହ କ୍ରିକେଟର ଶିକ୍ଷା ଗ୍ରହଣ କରି ଆସୁଛନ୍ତି।

ରାହୁଲ ଏବେ ୧୫ ବର୍ଷର ହେଲେଣି। ତାଙ୍କୁ ବିଜୟ ମର୍ଚାଣ୍ଟ ଟ୍ରଫିରେ ସୁଯୋଗ ମିଳିଛି। ଏହାକୁ ନେଇ ସେହ୍ବାଗ ଏକ ଭାବୁକ ପୋଷ୍ଟ କରିଛନ୍ତି। ରାହୁଲ ଜଣେ ବିସ୍ଫୋରକ ବ୍ୟାଟ୍ସମ୍ୟାନ। ସେହ୍ବାଗ ଭଳି ସେ ଜଣେ ଓପନର। ତାଙ୍କ ଚୟନ ହେବା ଜୀବନର ସବୁଠାରୁ ବଡ଼ ଉପଲବ୍ଧି ବୋଲି ସେହ୍ବାଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି।...

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri