Posted inଜାତୀୟ

ପୁଲଓ୍ବାମା ଶହୀଦଙ୍କ ପରିବାର ବର୍ଗଙ୍କୁ କାହିଁକି ମିଳିନି ନିଯୁକ୍ତି, କେନ୍ଦ୍ର ସରକାର ଦେଲେ ଉତ୍ତର…

ନୂଆଦିଲ୍ଲୀ,୨୭।୭ : ୨୦୧୯ ମସିହାରେ, ଜମ୍ମୁ-କଶ୍ମୀରର ପୁଲୱାମାଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦଙ୍କ ପରିବାର ବର୍ଗଙ୍କୁ ସରକାରୀ ଚାକିରି ପାଇଁ ଆବେଦନ କରିବାକୁ ସେମାନଙ୍କ ପିଲାମାନେ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ସଂସଦରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ସୈନିକଙ୍କ ୧୯ ପରିବାରକୁ ସରକାରୀ ଚାକିରି ଦିଆଯାଇଛି। ଆଉ ୩ ଟିର ନିଯୁକ୍ତି ପ୍ରକ୍ରିୟା ଚାଲିଛି।

୧୪ ଫେବୃଆରୀ ୨୦୧୯ ରେ ପୁଲୱାମାରେ ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣରେ ୪୦ ସିଆରପିଏଫ ଯବାନ ଶହୀଦ ହୋଇଥିଲେ। ନିତ୍ୟାନନ୍ଦ ରାୟ ଏକ ପ୍ରଶ୍ନର ଲିଖିତ ଉତ୍ତରରେ କହିଛନ୍ତି ସରକାରୀ ଚାକିରୀ ପାଇଁ ଆବେଦନ କରିବାକୁ ୧୧ ପରିବାର ସେମାନଙ୍କ ପିଲାମାନଙ୍କୁ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେ କହିଛନ୍ତି ଏହି ପିଲାମାନଙ୍କ ମଧ୍ୟରେ ସିଆରପିଏଫ ହେଡ କନଷ୍ଟେବଳ ମନୋଜ କେ ବେହେରାଙ୍କ ଝିଅ ଏବଂ କନଷ୍ଟେବଳ ଭାଗୀରଥ ସିଂଙ୍କ ସାତ ବର୍ଷର ପୁଅ ଅଛନ୍ତି।

ସେ କହିଛନ୍ତି ଅନ୍ୟ ୮ ଶହୀଦଙ୍କ ପରିବାରକୁ ୧.୫ କୋଟିରୁ ୨ କୋଟି ମଧ୍ୟରେ ମୋଟ କ୍ଷତିପୂରଣ ପ୍ରଦାନ କରାଯାଇଛି ଏବଂ ୨୯ ପରିବାରକୁ ୨ କୋଟିରୁ ୨.୫ କୋଟି ଟଙ୍କା ମଧ୍ୟରେ କ୍ଷତିପୂରଣ ଦିଆଯାଇଛି। ମନ୍ତ୍ରୀ କହିଛନ୍ତି ତିନି ଶହୀଦଙ୍କ ପରିବାରକୁ ୨.୫ କାଟିରୁ ୩ କୋଟି ଟଙ୍କା ମଧ୍ୟରେ କ୍ଷତିପୂରଣ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?