Posted inଜାତୀୟ

୩୭୦ ହଟିବାର ବର୍ଷ ପୂର୍ତ୍ତି ପୂର୍ବରୁ ପୁଲୱାମାରେ ଆତଙ୍କବାଦୀ ଆକ୍ରମଣ, ବିହାର ଶ୍ରମିକଙ୍କ ମୃତ୍ୟୁ

ଜମ୍ମୁ,୫ ।୮: ଜମ୍ମୁ-କଶ୍ମୀରର ପୁଲୱାମାରେ ଆତଙ୍କବାଦୀଙ୍କ ଏକ ଆକ୍ରମଣ ଯୋଜନା ସଫଳ ହୋଇଛି । ଜମ୍ମୁ-କଶ୍ମୀରରେ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବାର ବର୍ଷ ପୂର୍ତ୍ତି ପୂରଣର ଠିକ୍ ପୂର୍ବରୁ ଆତଙ୍କବଦୀଙ୍କ ଦ୍ୱାରା ଏହି ଆକ୍ରମଣ କରାଯାଇଛି । ଏଥିରେ ସେମାନେ ଶ୍ରମିକଙ୍କ ଉପରେ ଆକ୍ରମଣ କରିଛନ୍ତି । ଆତଙ୍କବାଦୀମାନେ ପୁଲୱାମାର ଗଦୁରା ଅଞ୍ଚଳରେ ଶ୍ରମିକଙ୍କ ଉପରକୁ ଗ୍ରେନେଡ ମାଡ କରିଥିଲେ । ଫଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏଥିରେ ଅନ୍ୟ ୨ ଜଣ ଆହତ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ ପକ୍ଷରୁ ଉକ୍ତ ଅଞ୍ଚଳକୁ ଘେରାଉ କରି ରଖାଯାଇଛି ।

ଏବେ ପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ, ମୃତ ଶ୍ରମିକ ଜଣଙ୍କ ବିହାର ବାସିନ୍ଦା ଓ ସେ ମୁସଲମାନ । ଆହତଙ୍କୁ ନିକଟସ୍ଥ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶୁକ୍ରବାର ଅର୍ଥାତ୍ ୫ ଅଗଷ୍ଟରେ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ୪ ବର୍ଷ ପୂରଣ ହେବାକୁ ଯାଉଥିବା ବେଳେ ଗୁରୁବାର ରାତିରେ ଆତଙ୍କବାଦୀମାନେ ଏଭଳି କାଣ୍ଡ ଘଟାଇଛନ୍ତି । କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ୨୦୧୯ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରକୁ ବିଶେଷ ରାଜ୍ୟର ଅଧିକାର ଦେଉଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ହଟାଇ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri