Posted inଜାତୀୟ

ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତଙ୍କ ମୃତ୍ୟୁ, ଜମ୍ମୁ ହସ୍ପିଟାଲରେ…

ନୂଆଦିଲ୍ଲୀ,୨୪।୯: ୨୦୧୯ରେ ପୁଲୱାମା, ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କର ସୋମବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କୁ ଜମ୍ମୁର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ସେ ହୃଦଘାତରେ ପୀଡିତ ହୋଇଥିଲେ। ଏହି ୩୨ବର୍ଷୀୟ ଅଭିଯୁକ୍ତଙ୍କ ନାମ ଥିଲା ବିଲାଲ ଅହମ୍ମଦ କୁଚି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଜଣେ ଅଧିକାରୀ ଏ ବିଷୟରେ ସୂଚନା ଦେଇଛନ୍ତି। ପୁଲୱାମା ଆକ୍ରମଣର ଅଭିଯୁକ୍ତ କୁଚି କାକାପୋରାର ହାଜିବଲ ଗାଁର ବାସିନ୍ଦା ଥିଲେ। ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ଅଭିଯୁକ୍ତ ଥିବା ୧୯ ଜଣଙ୍କ ତାଲିକାରେ ତାଙ୍କ ନାମ ଅନ୍ତର୍ଭୁକ୍ତ କରାଯାଇଥିଲା।

ସୂଚନାଯୋଗ୍ୟ, ୧୪ ଫେବୃଆରୀ ୨୦୧୯ରେ ପୁଲୱାମାରେ ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦ ନାମକ ଜଣେ ଆତଙ୍କବାଦୀ ତାଙ୍କ କାରକୁ ବିସ୍ଫୋରକ ସାମଗ୍ରୀ ଭର୍ତ୍ତି କରି ସୁରକ୍ଷା ବାହିନୀର କନଭେନରେ ପ୍ରବେଶ କରିଥିଲେ। ଏହି ଆତଙ୍କବାଦୀ ଆକ୍ରମଣରେ ୪୦ ସିଆରପିଏଫ ଯବାନ ଶହୀଦ ହୋଇଥିଲେ। ଏଥିରେ ୮ଜଣ ଯବାନ ମଧ୍ୟ ଆହତ ହୋଇଥିଲେ। ଅଧିକାରୀଙ୍କ କହିବାନୁସାରେ, ପୁଲୱାମା ଆକ୍ରମଣର ଅଭିଯୁକ୍ତଙ୍କ ସ୍ବାସ୍ଥ୍ୟ କିଶଓ୍ବାଡା ଜିଲା ଜେଲରେ ଖରାପ ହୋଇଯାଇଥିଲା। ଏହା ପରେ ଅଭିଯୁକ୍ତ ବିଲାଲ ଅହମ୍ମଦଙ୍କୁ ୧୭ସେପ୍ଟେମ୍ବରରେ ଜମ୍ମୁର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ସୋମବାର ବିଳମ୍ବିତ ରାତିରେ ସେ ହୃଦଘାତରେ ପୀଡିତ ହୋଇ ମୃତ୍ୟୁ ବରଣ କରିଥିଲେ।
ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରର ପୁଲୱାମା ଜିଲାରେ ଘଟିଥିବା ଏହି ଆକ୍ରମଣକୁ ଦେଶ କେବେ ବି ଭୁଲି ପାରିବ ନାହିଁ। ଏହି ଆକ୍ରମଣରେ ୪୦ ଯବାନ ପ୍ରାଣ ହରାଇଥିଲେ। ଶ୍ରୀନଗର-ଜମ୍ମୁ ରାଜପଥରେ ଲେଥପୋରା ନିକଟରେ ଏହି ଆକ୍ରମଣ କରାଯାଇଥିଲା। ଯେଉଁଥି ପାଇଁ ଆତଙ୍କବାଦୀମାନେ ଆଇଡି ବ୍ୟବହାର କରିଥିଲେ। ଆତଙ୍କବାଦୀମାନେ ଆଇଏଡି ବିସ୍ଫୋରଣ କରି ସିଆରପିଏଫ କନଭେନକୁ ଟାର୍ଗେଟ କରିଥିଲେ। ଏହି ଆକ୍ରମଣରେ ଅନେକ ଯବାନ ମଧ୍ୟ ଗୁରୁତର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri