Posted inଜାତୀୟ

ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତଙ୍କ ମୃତ୍ୟୁ, ଜମ୍ମୁ ହସ୍ପିଟାଲରେ…

ନୂଆଦିଲ୍ଲୀ,୨୪।୯: ୨୦୧୯ରେ ପୁଲୱାମା, ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କର ସୋମବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କୁ ଜମ୍ମୁର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ସେ ହୃଦଘାତରେ ପୀଡିତ ହୋଇଥିଲେ। ଏହି ୩୨ବର୍ଷୀୟ ଅଭିଯୁକ୍ତଙ୍କ ନାମ ଥିଲା ବିଲାଲ ଅହମ୍ମଦ କୁଚି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଜଣେ ଅଧିକାରୀ ଏ ବିଷୟରେ ସୂଚନା ଦେଇଛନ୍ତି। ପୁଲୱାମା ଆକ୍ରମଣର ଅଭିଯୁକ୍ତ କୁଚି କାକାପୋରାର ହାଜିବଲ ଗାଁର ବାସିନ୍ଦା ଥିଲେ। ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ଅଭିଯୁକ୍ତ ଥିବା ୧୯ ଜଣଙ୍କ ତାଲିକାରେ ତାଙ୍କ ନାମ ଅନ୍ତର୍ଭୁକ୍ତ କରାଯାଇଥିଲା।

ସୂଚନାଯୋଗ୍ୟ, ୧୪ ଫେବୃଆରୀ ୨୦୧୯ରେ ପୁଲୱାମାରେ ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦ ନାମକ ଜଣେ ଆତଙ୍କବାଦୀ ତାଙ୍କ କାରକୁ ବିସ୍ଫୋରକ ସାମଗ୍ରୀ ଭର୍ତ୍ତି କରି ସୁରକ୍ଷା ବାହିନୀର କନଭେନରେ ପ୍ରବେଶ କରିଥିଲେ। ଏହି ଆତଙ୍କବାଦୀ ଆକ୍ରମଣରେ ୪୦ ସିଆରପିଏଫ ଯବାନ ଶହୀଦ ହୋଇଥିଲେ। ଏଥିରେ ୮ଜଣ ଯବାନ ମଧ୍ୟ ଆହତ ହୋଇଥିଲେ। ଅଧିକାରୀଙ୍କ କହିବାନୁସାରେ, ପୁଲୱାମା ଆକ୍ରମଣର ଅଭିଯୁକ୍ତଙ୍କ ସ୍ବାସ୍ଥ୍ୟ କିଶଓ୍ବାଡା ଜିଲା ଜେଲରେ ଖରାପ ହୋଇଯାଇଥିଲା। ଏହା ପରେ ଅଭିଯୁକ୍ତ ବିଲାଲ ଅହମ୍ମଦଙ୍କୁ ୧୭ସେପ୍ଟେମ୍ବରରେ ଜମ୍ମୁର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ସୋମବାର ବିଳମ୍ବିତ ରାତିରେ ସେ ହୃଦଘାତରେ ପୀଡିତ ହୋଇ ମୃତ୍ୟୁ ବରଣ କରିଥିଲେ।
ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରର ପୁଲୱାମା ଜିଲାରେ ଘଟିଥିବା ଏହି ଆକ୍ରମଣକୁ ଦେଶ କେବେ ବି ଭୁଲି ପାରିବ ନାହିଁ। ଏହି ଆକ୍ରମଣରେ ୪୦ ଯବାନ ପ୍ରାଣ ହରାଇଥିଲେ। ଶ୍ରୀନଗର-ଜମ୍ମୁ ରାଜପଥରେ ଲେଥପୋରା ନିକଟରେ ଏହି ଆକ୍ରମଣ କରାଯାଇଥିଲା। ଯେଉଁଥି ପାଇଁ ଆତଙ୍କବାଦୀମାନେ ଆଇଡି ବ୍ୟବହାର କରିଥିଲେ। ଆତଙ୍କବାଦୀମାନେ ଆଇଏଡି ବିସ୍ଫୋରଣ କରି ସିଆରପିଏଫ କନଭେନକୁ ଟାର୍ଗେଟ କରିଥିଲେ। ଏହି ଆକ୍ରମଣରେ ଅନେକ ଯବାନ ମଧ୍ୟ ଗୁରୁତର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?