ବର୍ଷେ ହେଲା ପମ୍ପ ହାଉସ୍‌ ଅଚଳ: ଝରଣା ପାଣି ପିଉଛନ୍ତି ଗ୍ରାମବାସୀ

ସୁନାବେଡା,୨୫ା୪(କୃତ୍ତିବାସ ପ୍ରଧାନ): ସରକାର ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ ପାନୀୟ ଜଳର ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚକରି ପାଣି ଟାଙ୍କି ସହ ପମ୍ପ ହାଉସ କରିଥିଲେ ସୁଦ୍ଧା ଲୋକେ ସେଥିରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି।

ସୁନାବେଡ଼ା ପୌର ପରିଷଦ ସୀମାବର୍ତ୍ତୀ କୋରାପୁଟ ବ୍ଲକ୍‌ ପଦ୍ମପୁର ପଞ୍ଚାୟତର ଚଉଗାଁରେ ଏଭଳି ସମସ୍ୟା ଦେଖାଦେଇଛି। ଏହି ଗ୍ରାମ ପୌର ପରିଷଦର ନିକଟବର୍ତ୍ତୀ ହୋଇଥିଲେ ମଧ୍ୟ ତାହା କୋରାପୁଟ ବ୍ଲକ୍‌ ଅଧୀନରେ ରହିଛି। ଗାଁର ୩ ସାହିରେ ୧୯୦ ପରିବାରର ୬୦୦ରୁ ଊଦ୍ଧର୍‌ବ ଲୋକ ରୁହନ୍ତି।

ଗ୍ରାମରେ ବସୁଧା ଯୋଜନାରେ ୨୦୧୮-୧୯ ଆର୍ଥିକ ବର୍ଷରେ ୫୦ ହଜାର ଲିଟର ବିଶିଷ୍ଟ ଗୋଟିଏ ଟାଙ୍କି ସହ ପମ୍ପ ହାଉସ ସ୍ଥାପନ ହୋଇଥିଲା। କିନ୍ତୁ ବର୍ଷେ ହେବ ତାହା ଅଚଳ ହୋଇପଡ଼ିଛି। ଏ ନେଇ ବାରମ୍ବାର ବ୍ଲକ୍‌ ପ୍ରଶାସନକୁ ଅବଗତ କରି ଜନ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ନ ଥିବା ଗାଁର ମହିଳାମାନେ ଅଭିଯୋଗ କରିଛନ୍ତି।

ଗାଁରେ ପୂର୍ବରୁ ଥିବା ୨ଟି ନଳକୂଅ ମଧ୍ୟ ଅଚଳ ହୋଇପଡିଛି। ଲୋକେ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗାଁଠାରୁ ୨ କି.ମି ଦୂର ଝରଣା କିମ୍ବା ଦାମନଯୋଡି ନାଲ୍‌କୋ କମ୍ପାନୀକୁ ଯାଇଥିବା ଫଟାପାଇପରୁ ପାଣି ଆଣୁଥିବା ମହିଳାମାନେ କହିଛନ୍ତି। ମାଟି ପାଣି ଆସୁଥିବାରୁ ତାହା ପିଇବା ଉପଯୋଗୀ ହେଉ ନ ଥିବା ଓ ତାହାକୁ ବ୍ୟବହାର କଲେ ଚର୍ମରୋଗ ହେଉଥିବା ସେମାନେ କହିଛନ୍ତି। ସରକାର ତଥା ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେବାକୁ ମହିଳାମାନେ ଦାବି କରିଛନ୍ତି। ଏଥିସହ ଗାଁରେ ୫ ସୋଲାର ଲାଇଟ୍‌ ଲାଗିଥିବା ବେଳେ ତାହା ମଧ୍ୟ ଅଚଳ ହୋଇ ରହିଛି।

ଏ ସମ୍ପର୍କରେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଜଗନ୍ନାଥ ଚୌଧୁରୀଙ୍କୁ ପଚାରିବାରୁ ତାଙ୍କ ପାଖରେ କୌଣସି ଅଭିଯୋଗ ହୋଇ ନ ଥିବା କହିଛନ୍ତି। ତଥାପି ତଦନ୍ତ କରି ସମସ୍ୟାର ସମାଧାନ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri