ବର୍ଷେ ହେଲା ପମ୍ପ ହାଉସ୍‌ ଅଚଳ: ଝରଣା ପାଣି ପିଉଛନ୍ତି ଗ୍ରାମବାସୀ

ସୁନାବେଡା,୨୫ା୪(କୃତ୍ତିବାସ ପ୍ରଧାନ): ସରକାର ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ ପାନୀୟ ଜଳର ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚକରି ପାଣି ଟାଙ୍କି ସହ ପମ୍ପ ହାଉସ କରିଥିଲେ ସୁଦ୍ଧା ଲୋକେ ସେଥିରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି।

ସୁନାବେଡ଼ା ପୌର ପରିଷଦ ସୀମାବର୍ତ୍ତୀ କୋରାପୁଟ ବ୍ଲକ୍‌ ପଦ୍ମପୁର ପଞ୍ଚାୟତର ଚଉଗାଁରେ ଏଭଳି ସମସ୍ୟା ଦେଖାଦେଇଛି। ଏହି ଗ୍ରାମ ପୌର ପରିଷଦର ନିକଟବର୍ତ୍ତୀ ହୋଇଥିଲେ ମଧ୍ୟ ତାହା କୋରାପୁଟ ବ୍ଲକ୍‌ ଅଧୀନରେ ରହିଛି। ଗାଁର ୩ ସାହିରେ ୧୯୦ ପରିବାରର ୬୦୦ରୁ ଊଦ୍ଧର୍‌ବ ଲୋକ ରୁହନ୍ତି।

ଗ୍ରାମରେ ବସୁଧା ଯୋଜନାରେ ୨୦୧୮-୧୯ ଆର୍ଥିକ ବର୍ଷରେ ୫୦ ହଜାର ଲିଟର ବିଶିଷ୍ଟ ଗୋଟିଏ ଟାଙ୍କି ସହ ପମ୍ପ ହାଉସ ସ୍ଥାପନ ହୋଇଥିଲା। କିନ୍ତୁ ବର୍ଷେ ହେବ ତାହା ଅଚଳ ହୋଇପଡ଼ିଛି। ଏ ନେଇ ବାରମ୍ବାର ବ୍ଲକ୍‌ ପ୍ରଶାସନକୁ ଅବଗତ କରି ଜନ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ନ ଥିବା ଗାଁର ମହିଳାମାନେ ଅଭିଯୋଗ କରିଛନ୍ତି।

ଗାଁରେ ପୂର୍ବରୁ ଥିବା ୨ଟି ନଳକୂଅ ମଧ୍ୟ ଅଚଳ ହୋଇପଡିଛି। ଲୋକେ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗାଁଠାରୁ ୨ କି.ମି ଦୂର ଝରଣା କିମ୍ବା ଦାମନଯୋଡି ନାଲ୍‌କୋ କମ୍ପାନୀକୁ ଯାଇଥିବା ଫଟାପାଇପରୁ ପାଣି ଆଣୁଥିବା ମହିଳାମାନେ କହିଛନ୍ତି। ମାଟି ପାଣି ଆସୁଥିବାରୁ ତାହା ପିଇବା ଉପଯୋଗୀ ହେଉ ନ ଥିବା ଓ ତାହାକୁ ବ୍ୟବହାର କଲେ ଚର୍ମରୋଗ ହେଉଥିବା ସେମାନେ କହିଛନ୍ତି। ସରକାର ତଥା ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେବାକୁ ମହିଳାମାନେ ଦାବି କରିଛନ୍ତି। ଏଥିସହ ଗାଁରେ ୫ ସୋଲାର ଲାଇଟ୍‌ ଲାଗିଥିବା ବେଳେ ତାହା ମଧ୍ୟ ଅଚଳ ହୋଇ ରହିଛି।

ଏ ସମ୍ପର୍କରେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଜଗନ୍ନାଥ ଚୌଧୁରୀଙ୍କୁ ପଚାରିବାରୁ ତାଙ୍କ ପାଖରେ କୌଣସି ଅଭିଯୋଗ ହୋଇ ନ ଥିବା କହିଛନ୍ତି। ତଥାପି ତଦନ୍ତ କରି ସମସ୍ୟାର ସମାଧାନ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri