ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ

ଲୋଇସିଂହା, ୩ା୯: ଲୋଇସିଂହା ଏନ୍‌ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍‌ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି ପାରିଶ୍ରମିକ ପାଇନଥିବା ଅଭିଯୋଗ କରିଛନ୍ତି। ବକେୟା ପାରିଶ୍ରମିକ ଯୋଗୁଁ ପରିବାର ଚଳାଇବାରେ ସମସ୍ୟା ହେଉଥିବାବେଳେ ଆଗକୁ ନୂଆଖାଇ ପର୍ବ ଥିବାରୁ ସେମାନଙ୍କ ଚିନ୍ତା ଆହୁରି ବଢ଼ିଛି।

୨୦୨୬ ମାର୍ଚ୍ଚରୁ ଅଗଷ୍ଟ ପର୍ଯ୍ୟନ୍ତ ଏନ୍‌ଏସି ଅଧୀନରେ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ୧୨ ଜଣ କର୍ମଚାରୀ ପାରିଶ୍ରମିକ ପାଇନଥିବା ଜଣାପଡ଼ିଛି। ପାରିଶ୍ରମିକ ପ୍ରଦାନ ପାଇଁ ସେମାନେ ଗତ ଜୁଲାଇ ୧ ତାରିଖରେ ବିଡିଓଙ୍କୁ ଲିଖିତ ଭାବେ ଜଣାଇଥିଲେ। ଏହାପରେ ଜୁଲାଇ ୨୭ରେ ଲୋଇସିଂହା ବ୍ଲକ ପୁରୁଣା ସଭାଗୃହରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଶିବିରରେ ମଧ୍ୟ ସେମାନେ ଅଭିଯୋଗ କରିଥିଲେ।

ଶିବିରରେ ଅଭିଯୋଗ ଶୁଣି ଅଧ୍ୟକ୍ଷତା କରୁଥିବା ଏଡିଏମ୍‌ ବିଜୟାନନ୍ଦ ସେଠୀ ପାରିଶ୍ରମିକ ପ୍ରଦାନ ପାଇଁ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଥିବା କୁହାଯାଇଛି। ଶୀଘ୍ର ପାରିଶ୍ରମିକ ଦିଆଯିବ ବୋଲି ବିଡିଓ ଏଡିଏମ୍‌ଙ୍କୁ କହିଥିଲେ। ତେବେ ଏହାପରେ ମଧ୍ୟ ମାସେରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପାରିଶ୍ରମିକ ମିଳିନଥିବା ଅଭିଯୋଗ ହୋଇଛି।

ଗୁରୁବାର ପୁଣି ଏସିଏମ୍‌ ଓ ପମ୍ପ ଅପରେଟରମାନେ ଲୋଇସିଂହା ବିଡିଓ ତଥା ଏନ୍‌ଏସି ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଭେଟି ବକେୟା ପାରିଶ୍ରମିକ ପ୍ରଦାନ ପାଇଁ ଦାବି କରିଥିଲେ। ସରକାରଙ୍କଠାରୁ ଫଣ୍ଡ ଆସୁନଥିବାରୁ ପାରିଶ୍ରମିକ ପ୍ରଦାନ କରିବା ସମ୍ଭବ ନୁହେଁ ବୋଲି ବିଡିଓ କହିଥିବା କର୍ମଚାରୀମାନେ ପ୍ରକାଶ କରିଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ସେପ୍ଟେମ୍ବର ୬ ତାରିଖ ସୁଦ୍ଧା ବକେୟା ପାରିଶ୍ରମିକ ପ୍ରଦାନ କରାନଗଲେ ସେପ୍ଟେମ୍ବର ୭ରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ବୋଲି କର୍ମଚାରୀମାନେ ଲିଖିତ ଭାବେ ଚେତାବନୀ ଦେଇଛନ୍ତି। ପମ୍ପ ଅପରେଟର ଦିଲୀପ ଥନାପତି, ଭୋଲାଶଙ୍କର ସାହୁ, ଅମିତ ପଧାନ, ଚୂଡ଼ାମଣୀ ଧରୁଆ ଓ ବିଦ୍ୟାଧର ପଧାନ ପ୍ରମୁଖ ଏନେଇ ଅଭିଯୋଗ କରିଛନ୍ତି। ଏଭଳି ସ୍ଥିତିରେ ନୂଆଖାଇ ପୂର୍ବରୁ ବକେୟା ପାରିଶ୍ରମିକ ମିଳିବ କି ନାହିଁ, ତାହାକୁ ନେଇ କର୍ମଚାରୀମାନଙ୍କ ମଧ୍ୟରେ ଅନିଶ୍ଚିତତା ଲାଗି ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ ବଟେଶ୍ୱର ରାସ୍ତା ନିର୍ମାଣ ଦାବି ତେଜିଲା

ଗଞ୍ଜାମ,୨୫ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର କଣ୍ଟିଆଗଡ଼ ନିକଟ ବଟେଶ୍ୱର ପୀଠକୁ ହୁମାଠାରୁ ସଂଯୋଗ ରାସ୍ତା ଶୋଚନୀୟ ଅବସ୍ଥା ହୋଇପଡିଛି। କିଛି ଦିନ ପରେ…

ବୈଭବଙ୍କୁ ୩ ନମ୍ବରରେ ଖେଳାଇବା ନେଇ ଅଶ୍ୱିନଙ୍କ ପ୍ରଶ୍ନ, କହିଲେ ପାଣି ବାହାରେ ମାଛ…

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଥିଲା। ଈଶାନ କିଶନ…

ଦୁର୍ଘଟଣାକୁ ନେଇ ତେଜିଲା ଅସନ୍ତୋଷ, କ୍ରସରରେ ତାଲା ପକାଇଲେ ଗ୍ରାମବାସୀ

ବଲାଙ୍ଗୀର,୨୫।୧୦(ସୁନିଲ କୁମାର ମହାନ୍ତି): ଏକ ଦୁର୍ଘଟଣାକୁ କେନ୍ଦ୍ର କରି ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ସହ କ୍ରସରରେ ତାଲା ପକାଇଲେ ଆନ୍ଦୋଳନ କରିଛନ୍ତି। ଏହି ଘଟଣା ଘଟିଛି…

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ତୁଡୁକିବାଡିରେ ଗଜଲଷ୍ମୀ ପୂଜା; କଳସ ଯାତ୍ରାରେ ଶତାଧିକ ଶ୍ରଦ୍ଧାଳୁ ସାମିଲ

ଦାରିଙ୍ଗବାଡି,୨୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତୁଡୁକିବାଡି ସାହିରେ ରବିବାର ଠାରୁ ଗଜଲଷ୍ମୀ ପୂଜା ଆରମ୍ଭ ହୋଇଯାଇଛି । ଏଥିପାଇଁ ଶନିବାର ଶିବମନ୍ଦିର ପ୍ରାଙ୍ଗଣରେ ଥିବା…

ସୁନା-ରୂପା ଅଳଙ୍କାରରେ ଝଲସୁଛନ୍ତି ମା’ ଗଜଲକ୍ଷ୍ମୀ, ପୁରୁଷୋତ୍ତମପୁରରେ ମୁଖ୍ୟ ଆକର୍ଷଣ ଓଡିଆ ଅସ୍ମିତା….

ପୁରୁଷୋତ୍ତମପୁର,୨୫।୧୦(ସବିତା ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲାର ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇ ଉଠିଛି । ସୁନା ରୂପାର…

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଭୁବନେଶ୍ବର,୨୫।୧୦: ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ,…

ଜୟଶଙ୍କରଙ୍କ ବଡ଼ ବୟାନ, କହିଲେ ମୂକଦର୍ଶକ ହୋଇ….

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱରେ ଜାରି ରହିଥିବା ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର । ସେ କହିଛନ୍ତି, ଯେକୌଣସି ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?