ପମ୍ପହାଉସ ଭୁଶୁଡ଼ି ନଦୀରେ ଭାସିଗଲା

ତାଳଚେର,୨୭ା୬(ମନୋଜ ନନ୍ଦ): ତାଳଚେର ବ୍ଲକ ସନ୍ଥପଡା ପଞ୍ଚାୟତ ବ୍ରାହ୍ମଣୀ ନଦୀ କୂଳରେ ନିର୍ମାଣ କରାଯାଇଥିବା ପମ୍ପ ହାଉସ ଓ ପାଣି ଟାଙ୍କି ସୋମବାର ଭୁଶୁଡ଼ି ନଦୀ ଗର୍ଭରେ ଭାସି ଯାଇଛି। ଏହି ଘଟଣାକୁ ନେଇ ଭାଜପା ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ସନ୍ଥପଡା ସରପଞ୍ଚ ସହଦେବ ସାହୁ ଓ ଜିଲା ଭାଜପା ମିଡିଆ ସେଲ ଅଧ୍ୟକ୍ଷ ପର୍ଶୁରାମ ବାରିକ ପ୍ରମୁଖ ତାଳଚେର ଉପଜିଲାପାଳଙ୍କ ଅନୁପସ୍ଥିତିରେ ସହକାରୀ ଜିଲାପାଳ ରଞ୍ଜନ କୁମାର ମହାନ୍ତିଙ୍କୁ ଭେଟି ଘଟଣାର ତଦନ୍ତ କରି ତୁରନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ଏଥିସହ ଜଳ ଯୋଗାଣକୁ ସ୍ବାଭାବିକ କରା ନ ଗଲେ ଭାଜପା ରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି।
ଭାଜପା ପକ୍ଷରୁ କୁହାଯାଇଛି, ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ପକ୍ଷରୁ ବ୍ରାହ୍ମଣୀ ନଦୀ ବ୍ରିଜ ପାଖରେ ଏହି ପିଇବା ପାଣି ଟାଙ୍କି ଗତ ୩/୪ ବର୍ଷ ହେବ ନିର୍ମାଣ କରାଯାଇଥିଲା। ହେଲେ ନିମ୍ନମାନର ନିର୍ମାଣ ହୋଇଥିବା ନେଇ ସନ୍ଥପଡ଼ା ସରପଞ୍ଚ ସାହୁ ଅନୁଗୋଳ ଜିଲାପାଳଙ୍କ ଠାରୁ ଆରମ୍ଭ କରି ଆରଡବ୍ଲ୍ୟୁଏସଏସର ବିଭାଗୀୟ ଅଧିକାରୀଙ୍କୁ ଲିଖିତ ଭାବେ ଅଭିଯୋଗ କରି ଆସିଛନ୍ତି। କିନ୍ତୁ ପ୍ରଶାସନ ନୀରବଦ୍ରଷ୍ଟା ସାଜିବା କାରଣରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଏହି ପାଣି ଟାଙ୍କି ଉପରେ ୩ ପଞ୍ଚାୟତର ଜନସାଧାରଣ ନିର୍ଭର କରିଥାନ୍ତି। ଏହା ଭୁଶୁଡି ପଡିବା ଫଳରେ ପିଇବା ପାଣି ସମସ୍ୟା ସୃଷ୍ଟି ହୋଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଯାଇଛି। ଏ ସମ୍ପର୍କରେ ବିଭାଗୀୟ ଏସ୍‌ଡିଓ ଗୋରାଚାନ୍ଦ ରଥ କହିଛନ୍ତି, ପାଣିଟାଙ୍କି ନୁହେଁ ପମ୍ପ ହାଉସ ଭୁଶୁଡି ପଡିଛି। ଏ ସମ୍ପର୍କରେ ବିଭାଗୀୟ ନିର୍ବାହୀଯନ୍ତ୍ରୀ ସୌରଭ କୁମାରଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିବାରୁ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri