ପମ୍ପହାଉସ ଭୁଶୁଡ଼ି ନଦୀରେ ଭାସିଗଲା

ତାଳଚେର,୨୭ା୬(ମନୋଜ ନନ୍ଦ): ତାଳଚେର ବ୍ଲକ ସନ୍ଥପଡା ପଞ୍ଚାୟତ ବ୍ରାହ୍ମଣୀ ନଦୀ କୂଳରେ ନିର୍ମାଣ କରାଯାଇଥିବା ପମ୍ପ ହାଉସ ଓ ପାଣି ଟାଙ୍କି ସୋମବାର ଭୁଶୁଡ଼ି ନଦୀ ଗର୍ଭରେ ଭାସି ଯାଇଛି। ଏହି ଘଟଣାକୁ ନେଇ ଭାଜପା ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ସନ୍ଥପଡା ସରପଞ୍ଚ ସହଦେବ ସାହୁ ଓ ଜିଲା ଭାଜପା ମିଡିଆ ସେଲ ଅଧ୍ୟକ୍ଷ ପର୍ଶୁରାମ ବାରିକ ପ୍ରମୁଖ ତାଳଚେର ଉପଜିଲାପାଳଙ୍କ ଅନୁପସ୍ଥିତିରେ ସହକାରୀ ଜିଲାପାଳ ରଞ୍ଜନ କୁମାର ମହାନ୍ତିଙ୍କୁ ଭେଟି ଘଟଣାର ତଦନ୍ତ କରି ତୁରନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ଏଥିସହ ଜଳ ଯୋଗାଣକୁ ସ୍ବାଭାବିକ କରା ନ ଗଲେ ଭାଜପା ରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି।
ଭାଜପା ପକ୍ଷରୁ କୁହାଯାଇଛି, ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ପକ୍ଷରୁ ବ୍ରାହ୍ମଣୀ ନଦୀ ବ୍ରିଜ ପାଖରେ ଏହି ପିଇବା ପାଣି ଟାଙ୍କି ଗତ ୩/୪ ବର୍ଷ ହେବ ନିର୍ମାଣ କରାଯାଇଥିଲା। ହେଲେ ନିମ୍ନମାନର ନିର୍ମାଣ ହୋଇଥିବା ନେଇ ସନ୍ଥପଡ଼ା ସରପଞ୍ଚ ସାହୁ ଅନୁଗୋଳ ଜିଲାପାଳଙ୍କ ଠାରୁ ଆରମ୍ଭ କରି ଆରଡବ୍ଲ୍ୟୁଏସଏସର ବିଭାଗୀୟ ଅଧିକାରୀଙ୍କୁ ଲିଖିତ ଭାବେ ଅଭିଯୋଗ କରି ଆସିଛନ୍ତି। କିନ୍ତୁ ପ୍ରଶାସନ ନୀରବଦ୍ରଷ୍ଟା ସାଜିବା କାରଣରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଏହି ପାଣି ଟାଙ୍କି ଉପରେ ୩ ପଞ୍ଚାୟତର ଜନସାଧାରଣ ନିର୍ଭର କରିଥାନ୍ତି। ଏହା ଭୁଶୁଡି ପଡିବା ଫଳରେ ପିଇବା ପାଣି ସମସ୍ୟା ସୃଷ୍ଟି ହୋଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଯାଇଛି। ଏ ସମ୍ପର୍କରେ ବିଭାଗୀୟ ଏସ୍‌ଡିଓ ଗୋରାଚାନ୍ଦ ରଥ କହିଛନ୍ତି, ପାଣିଟାଙ୍କି ନୁହେଁ ପମ୍ପ ହାଉସ ଭୁଶୁଡି ପଡିଛି। ଏ ସମ୍ପର୍କରେ ବିଭାଗୀୟ ନିର୍ବାହୀଯନ୍ତ୍ରୀ ସୌରଭ କୁମାରଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିବାରୁ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri