Posted inଜାତୀୟ

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି ବିଶ୍ୱାସ କରାଯାଉଥିଲା। କିନ୍ତୁ ବିବାହ ପାଇଁ କଥା ଦେଇଥିବା ପ୍ରେମିକା ଯୋଜନାବଦ୍ଧ ଭାବେ ତାଙ୍କୁ ୪୦୦ ଫୁଟ୍‌ ଉଚ୍ଚରୁ ଠେଲି ହତ୍ୟା କରିଥିବା ତଦନ୍ତରୁ ଜଣାପଡ଼ିଛି। ସିୟା ଏବଂ ତାଙ୍କ ପ୍ରେମିକ ଚେତନ ଚୌହାନ ମିଶି କେତନଙ୍କୁ ଦୁର୍ଗ ଉପରୁ ଏକ ଗଭୀର ଖାତକୁ ଠେଲି ଦେଇଥିଲେ। ପୋଲିସ ଉଭୟଙ୍କୁ ଗିରଫ କରିଛି। ଘଟଣାର ୫ ଦିନ ପୂର୍ବରୁ ମଧ୍ୟ ସେମାନେ ହତ୍ୟା ଯୋଜନା କରି ବିଫଳ ହୋଇଥିଲେ। ଉଭୟ ଥର ସେମାନେ କେତନଙ୍କ ମୃତ୍ୟୁକୁ ଦୁର୍ଘଟଣାର ରୂପ ଦେବାକୁ ଉଦ୍ୟମ କରିଥିଲେ। ନଭେମ୍ବରରେ କେତନ ଓ ସିୟାଙ୍କ ବିବାହ ହେବାର ଥିଲା। ଏଥିପାଇଁ ସେମାନଙ୍କ ପରିବାର ଜୟପୁରରେ ୧୭ କୋଟି ଟଙ୍କାରେ ପ୍ୟାଲେସ୍‌ ବୁକ୍‌ କରିଥିଲେ ଏବଂ ଅତିଥିମାନଙ୍କ ପାଇଁ ୨ଟି ଘରୋଇ ବିମାନ ବ୍ୟବସ୍ଥା ହୋଇଥିଲା।
ମୃତ୍ୟୁ ପରେ ସିୟା ଲୋନାଭାଲା ପୋଲିସକୁ କହିଥିଲେ, ଦୁର୍ଗ ଉପରେ ଫଟୋ ଉଠାଉଥିବାବେଳେ ପବନର ବେଗ ଅଧିକ ଥିବାରୁ କେତନ ଖସିପଡ଼ିଥିଲେ। ତେବେ ପାରିପାର୍ଶ୍ୱିକ ସ୍ଥିତିକୁ ନେଇ ତଦନ୍ତକାରୀ ଅଧିକାରୀ ସନ୍ଦେହ କରିଥିଲେ। ସିୟା କୋଣ୍ଡଓ୍ବା ଅଞ୍ଚଳର ଚେତନଙ୍କ ସହ ସମ୍ପର୍କ ରଖିଥିବା ପୋଲିସ ଜାଣିବାକୁ ପାଇଥିଲା। ସେମାନେ ମିଶି କେତନଙ୍କୁ ରାସ୍ତାରୁ ହଟାଇଦେବା ପାଇଁ ଷଡ଼ଯନ୍ତ୍ର କରିଥିଲେ। ତଦନୁଯାୟୀ ସିୟା କେତନଙ୍କୁ ଲୋହାଗଡ଼ ଦୁର୍ଗ ଚଢ଼ିବା ପାଇଁ ପ୍ରବର୍ତ୍ତାଇଥିଲେ ଓ ପରେ ସେଠାକୁ ପ୍ରେମିକ ଚେତନଙ୍କୁ ଡାକିଥିଲେ। ଉଭୟ ମିଶି କେତନଙ୍କୁ ୪୦୦ ଫୁଟ୍‌ ତଳକୁ ଠେଲିଦେଇଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ ପୋଷ୍ଟ ଶେୟାର କରି କ’ଣ ଲେଖିଲେ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ…

୧୩ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ପୋଲିସକୁ ଦେଖି ଡ୍ରାଇଭର…

ଅମରପାଲି,୧୦ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ କଣ୍ଟେନରରୁ ୧୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୩…

ଚୋରି ହୋଇଥିବା ଘରୁ ପୁଣି ଚୋରି

କେସିଙ୍ଗା,୧୦।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ମୁହାଣ ଥିବା ସୁବାଷ ଅଗ୍ରୱାଲଙ୍କ ଘରୁ ଗତ ଦୁଇ ବର୍ଷ ତଳେ ପ୍ରାୟ ଲକ୍ଷ୍ୟାଧିକ ଟଙ୍କା ସୁନା…

କାମ କରୁନି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, କାର୍ଯ୍ୟକ୍ଷମ କରିବାକୁ ଅଞ୍ଚଳବାସୀଙ୍କ ଦାବି

କେସିଙ୍ଗା ତା ୧୦।୮,( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଶିରୋଲ ଗ୍ରାମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପଛ…

ଧାନବିକ୍ରି ପଞ୍ଜୀକରଣ ଆରମ୍ଭରୁ ଏଗ୍ରିଷ୍ଟାକ କଟକଣାକୁ ବିରୋଧ, ସବୁଠି ତେଜିଲା ଚାଷୀ ଅସନ୍ତୋଷ, ଆଜି ହେବ…

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ନେଇ ରାଜ୍ୟ ସରକାର ଦିନକୁ ଦିନ ଗୋଟିଏ ପରେ ଗୋଟିଏ ନିୟମ ଲାଗୁ କରୁଛନ୍ତି। ଏଥିପାଇଁ ପ୍ରତି ୬ମାସରେ ଥରେ ଚାଷୀ ପଞ୍ଜୀକରଣ…

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି।…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri