ମରଣୋତ୍ତର ଭାବେ ‘କର୍ନାଟକ ରତ୍ନ’ରେ ସମ୍ମାନୀତ ହେବେ ଅଭିନେତା ପୁନିଥ ରାଜକୁମାର

ବେଙ୍ଗାଲୁରୁ,୬ ।୮: କନ୍ନଡ ଅଭିନେତା ପୁନିଥ ରାଜକୁମାର ଆମ ଗହଣରେ ନାହନ୍ତି ସତ, ହେଲେ ତାଙ୍କ ଫିଲ୍ମ ମାଧ୍ୟମରେ ସେ ଦର୍ଶକଙ୍କ ମନରେ ଅଭୁଲା ହୋଇ ରହିଛନ୍ତି । ଏବେ ଅଭିନେତାଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର । କର୍ନାଟକ ସରକାର ସ୍ୱର୍ଗତ ଅଭିନେତାଙ୍କୁ ମରଣୋତ୍ତର ଭାବେ ‘କର୍ନାଟକ ରତ୍ନ’ରେ ସମ୍ମାନୀତ କରିବାକୁ ଘୋଷଣା କରିଛନ୍ତି । ଏହି ଘୋଷଣା ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମଇ କରିଛନ୍ତି । ସେ କହିଛନ୍ତି ଚଳିତ ବର୍ଷ ରାଜ୍ୟ ସ୍ଥାପନା ଦିବସରେ କନ୍ନଡ ଫିଲ୍ମ ଷ୍ଟାର ସ୍ୱର୍ଗତ ପୁନିତ ରାଜକୁମାରଙ୍କୁ ମରଣୋତ୍ତର ଭାବେ ‘କର୍ନାଟକ ରତ୍ନ’ରେ ସମ୍ମାନୀତ କରାଯିବ ।

ଲାଲବାଗ ଗ୍ଲାସ ହାଉସରେ ଫ୍ଲାୱାର ଶୋ’ର ଉଦଘାଟନ କରିବା ପରେ ମୁଖ୍ୟମନ୍ତ୍ରୀ ବୋମ୍ମଇ କହିଥିଲେ ନଭେମ୍ବର ୧ରେ କନ୍ନଡ ଫିଲ୍ମ ଷ୍ଟାର ଡ. ପୁନିଥ ରାଜକୁମାରଙ୍କୁ ‘କର୍ନାଟକ ରତ୍ନ’ ପୁରସ୍କାର ଦେବାକୁ ସ୍ଥିର କରାଯାଇଛି । ପୁରସ୍କାର ବିତରଣ ସମାରୋହର ପ୍ରସ୍ତୁତି ପାଇଁ ଏକ ସମିତି ଗଠନ କରାଯିବ । ପୁନିଥଙ୍କ ପରିବାର ସଦସ୍ୟଙ୍କୁ ବି ସମିତିରେ ସାମିଲ କରାଯିବ । ଆମେ ସମସ୍ତେ ମିଶି ପୁନିଥଙ୍କୁ ଖୁବ ସମ୍ମାନଜନକ ଭାବେ ମରଣୋତ୍ତର ପୁରସ୍କାର ପ୍ରଦାନ କରିବୁ । ରାଜ୍ୟର ସର୍ବୋଚ୍ଚ ନାଗରିକ ସମ୍ମାନ ପୁରସ୍କାର ପାଇବାରେ ପୁନିଥ ଦଶମ ପ୍ରାପ୍ତକର୍ତ୍ତା ହେବେ । ସୂଚନାଯୋଗ୍ୟ, ୨୦୨୧ ଅକ୍ଟୋବର ୨୯ରେ ମାତ୍ର ୪୯ ବର୍ଷ ବୟସରେ ହୃଦଘାତରେ ପୁନିଥଙ୍କର ପରଲୋକ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?