୨୬/୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ସଂଗଠନଙ୍କ ପ୍ରତି ହେଉ ଦଣ୍ଡବିଧାନ, ଭାରତ-ଆମେରିକା…

ଓ୍ବାଶିଂଟନ,୨୫।୯: ଭାରତ ଏବଂ ଆମେରିକା ମିଳିତ ଭାବେ ୨୬/୧୧ ମୁମ୍ବାଇ ଆକ୍ରମଣକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ଆତଙ୍କବାଦୀ ସଂଗଠନ ତଥା ଅପରାଧୀଙ୍କ ପ୍ରତି କଠୋର ଦଣ୍ଡ ବିଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଆହ୍ବାନ ଦେଇଛନ୍ତି। ଏକ ବିବୃତ୍ତିରେ ଦୁଇ ନେତା ନିଶ୍ଚିତ କରିଛନ୍ତି ଯେ ଆତଙ୍କବାଦ ବିରୋଧରେ ମିଳିତ ସଂଗ୍ରାମରେ ସେମାନେ ଏକାଠି ଠିଆ ହୋଇଛନ୍ତି ଏବଂ ନିର୍ଦ୍ଦିଷ୍ଟ ଆତଙ୍କବାଦୀ ସଂଗଠନ ବିରୋଧରେ ଏକାଠି ନୂଆ ରଣନୀତି ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।

ଶନିବାର ଭାରତ ଏବଂ ଆମେରିକା ସୀମା ଆତଙ୍କବାଦକୁ ନିନ୍ଦା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ନେତୃତ୍ୱରେ ପ୍ରଥମ ବ୍ୟକ୍ତିଗତ ଦ୍ୱିପାକ୍ଷିକ ବୈଠକ ପରେ ଉଭୟ ଦେଶ ଏଭଳି ମିଳିତ ବିବୃତ୍ତି ଦେଇଛନ୍ତି।

ଏହାଦ୍ୱାରା ଦୁଇ ନେତା ପୁଣିଥରେ ପ୍ରମାଣିତ କରିଛନ୍ତି ଯେ ବିଶ୍ୱ ଆତଙ୍କବାଦ ବିରୋଧରେ ମିଳିତ ସଂଗ୍ରାମରେ ଆମେରିକା ଏବଂ ଭାରତ ଏକାଠି ଠିଆ ହୋଇଛନ୍ତି।

ଭାରତ-ପ୍ରଶାନ୍ତ ମହାସାଗରୀୟ ତଥା ଏହାର ବାହାରେ ଅଂଶୀଦାରଙ୍କ ସ୍ବାର୍ଥକୁ ପ୍ରୋତ୍ସାହିତ କରିବା, ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗ ଭାଗିଦାରୀ, କୋଭିଡ -୧୯ ବିରୋଧରେ ଲଢ଼ିିବା, ଜଳବାୟୁ ପରିବର୍ତ୍ତନ ଏବଂ ନାଗରିକଙ୍କ ସମର୍ଥନରେ ଗଣତାନ୍ତ୍ରିକ ମୂଲ୍ୟବୋଧ ତଥା ଅନୁଷ୍ଠାନକୁ ସୁଦୃଢ଼ କରିବା ପାଇଁ ମୋଦି ଏବଂ ବାଇଡେନ ଏକ ସ୍ପଷ୍ଟ ରୂପରେଖକୁ ନିଶ୍ଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ସ୍ତ୍ରୀ ଫେରିଆସିବ ବୋଲି ନରବଳି ଦେଇଥିଲେ ଶତ୍ରୁଘ୍ନ: ସନ୍ତୋଷଙ୍କ ଗଣ୍ଡିମୁଣ୍ଡ ଅଲଗା କରିବା ପରେ ଘଟିଲା…

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର):ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri