Posted inଜାତୀୟ

ପଞ୍ଜାବରେ ୮ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଚଣ୍ଡିଗଡ଼,୧୮ ।୯: ପଞ୍ଜାବର ମୋହାଲି ସ୍ଥିତ ଏକ ବିଶ୍ୱବିଦ୍ୟାଳରେ ୮ ଜଣ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ସମସ୍ତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସମସ୍ତେ ଗୁରୁତର ଥିବା ସୂଚନା ମିଳିଛି । ସୂଚନଯୋଗ୍ୟ, ବାଥରୁମରେ ଛାତ୍ରୀମାନେ ଗାଧୋଉଥିବା ବେଳେ ଅଶ୍ଳିଳ ଭିଡିଓ କରିଥିବା ଅଭିଯୋଗ ଆସିଥିଲା ଜଣେ ଛାତ୍ରଙ୍କ ନାମରେ । ତେବେ ଏହି କାମ ସେହିଠାରେ ପାଠ ପଢୁଥିବା ଜଣେ ଛାତ୍ରଙ୍କର ବୋଲି କୁହାଯାଉଛି । ଅଭିଯୋଗ ରହିଛି ଯେ ଅଭିଯୁକ୍ତ ଛାତ୍ର ଅଶ୍ଳିଳ ଭିଡିଓ କରି ଏହାକୁ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ । ପୋଲିସ ଅଭିଯୁକ୍ତଙ୍କ୍‌ୁ ଅଟକ ରଖି ପଚରା ଉଚରା କରୁଛି । ଏହି ଘଟଣା ଜଣାପଡିବା ପରେ ବିଶ୍ୱବିଦ୍ୟାଳୟର ଛାତ୍ରମାନେ ବିରୋଧ ପ୍ରଦର୍ଶନ କରିଥିଲେ ।
ସୂଚନାଯୋଗ୍ୟ, ଶନିବାର ରାତି ପ୍ରାୟ ୨ଟା ୩୦ରେ ବିରୋଧ ପ୍ରଦର୍ଶନ କରି ଛାତ୍ରମାନେ ବିଶ୍ୱବିଦ୍ୟାଳୟ ପରିସରରେ ପ୍ରବେଶ କରିବା ସହ ସ୍ଲୋଗାନ ଦେଇଥିଲେ । ଅଭିଯୋଗ ହୋଇଥିଲା ଯେ ହଷ୍ଟେଲରେ ରହୁଥିବା ଜଣେ ଛତ୍ର ବାଥରୁମରେ ଗାଧୋଇବା ସମୟରେ ପ୍ରାୟ ୬୦ ଜଣ ଛାତ୍ରୀଙ୍କର ଅଶ୍ଳିଳ ଭିଡିଓ କରିଥିଲେ । ଅଭିଯୁକ୍ତ ଛାତ୍ର ଏମିତି ଭିଡିଓକୁ ଆଉଜଣେ ଯୁବକଙ୍କ ପାଖକୁ ପଠାଉଥିଲେ ଓ ସେ ଏହାକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲେ ।
ଏମାନଙ୍କ ମଧ୍ୟରୁ ୮ ଜଣ ଛାତ୍ରୀ ସେମାନଙ୍କ ଭିଡିଓ ଇଣ୍ଟରନେଟରେ ଦେଖିବା ପରେ ବିଶ୍ୱାସ କରିପାରି ନ ଥିଲେ । ଆଉ ବଦନାମ ଭୟରେ ସମସ୍ତେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଛାତ୍ରମାନେ ଅଭିଯୋଗ କରିଛନ୍ତି ବି ବିଶ୍ୱିଦ୍ୟାଳୟ ପ୍ରବନ୍ଧନ ସମ୍ପୂର୍ଣ୍ଣ ମାମଲାକୁ ଚପାଇ ଦେବାକୁ ଉଦ୍ୟମ କରୁଛି । ପୋଲିସ ଅଭିଯୁକ୍ତ ଛାତ୍ରଙ୍କୁ ଅଟକ ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?