Posted inଜାତୀୟ

୩ବର୍ଷ ପାଇଁ ଜେଲ୍‌ ଗଲେ ଏଏପି ବିଧାୟକ

ଚଣ୍ଡିଗଡ଼,୨୩।୫: ପଞ୍ଜାବରେ ଆମ ଆଦମୀ ପାର୍ଟି ସରକାରଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ପଟିଆଲା ଗ୍ରାମୀଣ ବିଧାୟକ ଡା. ବଲବୀର ସିଂହଙ୍କୁ ରୋପର କୋର୍ଟ ୩ବର୍ଷର ଦଣ୍ଡାଦେଶ ଶୁଣାଇଛନ୍ତି। ସୂଚନା ମୁତାବକ, ଗତ ୯ବର୍ଷ ପୂର୍ବରୁ ଜମିକୁ ନେଇ ପାରିବାରିକ ଝଗଡ଼ାରେ ବଲବୀର ସିଂହ, ତାଙ୍କ ପତ୍ନୀ ଓ ପୁଅ ସହ ମିଶି ନିଜ ଶାଳୀ ଓ ତାଙ୍କ ସ୍ବାମୀଙ୍କୁ ମାରପିଟ୍‌ କରିଥିଲେ। ମାରପିଟ୍‌ ମାମଲାରେ ଶାଳୀ ଓ ତାଙ୍କ ସ୍ବାମୀ ବଲବୀର ସିଂହଙ୍କ ବିରୋଧରେ ଏକ ମାମଲା ରୁଜୁ କରିଥିଲେ। ସୂଚନାଯୋଗ୍ୟ, ଗତ ୯ବର୍ଷରୁ ଏହି ମାମଲାର ଶୁଣାଣି ରୋପର କୋର୍ଟରେ ଚାଲିଆସୁଛି। ତେବେ ସୋମବାର ହୋଇଥିବା ଏହି ମାମଲାର ଶୁଣାଣି ସମୟରେ କୋର୍ଟ ବିଧାୟକ, ତାଙ୍କ ପତ୍ନୀ ଓ ପୁଅଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହାପରେ ୩ଜଣଙ୍କୁ କୋର୍ଟ ୩ବର୍ଷର ଦଣ୍ଡାଦେଶ ଶୁଣାଇବା ସହ ୫-୫ହଜାର ଟଙ୍କାର ଜରିମାନା ଲଗାଇଛନ୍ତି। ଅନ୍ୟପଟେ ୩ବର୍ଷର ଦଣ୍ଡାଦେଶ ପରେ ବଲବୀରଙ୍କୁ ବିଧାୟକ ପଦ ହରାଇବାକୁ ପଡ଼ିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri