Posted inଜାତୀୟ

ବ୍ୟାଙ୍କ ଠକେଇ ମାମଲା: ପଞ୍ଜାବରେ ଏଏପି ବିଧାୟକଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୬/୧୧: ପଞ୍ଜାବରେ ଆଉ ଜଣେ ଆମ୍ ଆଦମୀ ପାର୍ଟି(ଏଏପି) ବିଧାୟକଙ୍କ ସମସ୍ୟା ବଢିଯାଇଛି। ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଏଏପି ବିଧାୟକ ଯଶବନ୍ତ ସିଂହ ଗଜ୍ଜନ ମାଜରାଙ୍କୁ ଗିରଫ କରିଛି। ସଞ୍ଜୟଙ୍କ ଉପରେ ୪୦ କୋଟି ଟଙ୍କାର ବ୍ୟାଙ୍କ ଠକେଇ ଅଭିଯୋଗ ରହିଛି। ରିପୋର୍ଟ ଅନୁଯାୟୀ ମାମଲାରେ ଇଡି ସଞ୍ଜୟଙ୍କୁ ୩ ରୁ ୪ ଥର ନୋଟିସ ଦେଇଥିଲା। କିନ୍ତୁ ପଚରା ଉଚରା ପାଇଁ କୌଣସି ଥର ସଞ୍ଜୟ ହଜାର ହୋଇ ନଥିଲେ।

ସୋମବାର ସଞ୍ଜୟ ଦଳର କାର୍ଯ୍ୟକର୍ତ୍ତା ମାନଙ୍କ ସହିତ ବୈଠକ କରୁଥିବା ସମୟରେ ଇଡି ତାଙ୍କୁ ଗିରଫ କରିଥିଲା। ଗିରଫ ପରେ ସଞ୍ଜୟଙ୍କୁ ଇଡି ଜଳନ୍ଧର ନେଇଯାଇଛି। ସଞ୍ଜୟ ଅମରଗଡ଼ର ବିଧାୟକ ଥିଲେ। ଏହା ପୂର୍ବରୁ ଗତ ବର୍ଷ ସଞ୍ଜୟ ସିଂହଙ୍କ ଘରେ ଇଡି ଚଢ଼ାଉ କରିଥିଲା ଏବଂ ୧୪ ଘଣ୍ଟା ସର୍ଚ୍ଚ ଅପରେସନ କରିଥିଲା। ସେ ସମୟରେ ଇଡି ତାଙ୍କ ଘରୁ ୩୨ ଲକ୍ଷ ଟଙ୍କା ଏବଂ ତିନି ମୋବାଇଲ ଫୋନ୍ ସାଙ୍ଗରେ ନେଇଥିବା ସଞ୍ଜୟ କହିଥିଲେ। ଏହି ମାମଲାରେ ସିବିଆଇ ମଧ୍ୟ ଏଏପି ବିଧାୟକଙ୍କ ଘରେ ଚଢ଼ାଉ କରିଥିଲା।

ବିଅଧାୟକ ହେବା ପରେ ଯଶବନ୍ତ ସିଂହ ଗଜ୍ଜନ ମାଜରା ତାଙ୍କ ଦରମାରୁ ମାତ୍ର ଏକ ଟଙ୍କା ନେବାକୁ କହି ପ୍ରଥମେ ଚର୍ଚ୍ଚାକୁ ଆସିଥିଲେ। ଏଥିପାଇଁ ସେ ଏକ ଶପଥ ପାଠ ମଧ୍ୟ ଦେଇଥିଲେ, ଯାହାକୁ ସେ ସମୟରେ ଖୁବ ପ୍ରଶଂସା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri