Posted inଜାତୀୟ

ବ୍ୟାଙ୍କ ଠକେଇ ମାମଲା: ପଞ୍ଜାବରେ ଏଏପି ବିଧାୟକଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୬/୧୧: ପଞ୍ଜାବରେ ଆଉ ଜଣେ ଆମ୍ ଆଦମୀ ପାର୍ଟି(ଏଏପି) ବିଧାୟକଙ୍କ ସମସ୍ୟା ବଢିଯାଇଛି। ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଏଏପି ବିଧାୟକ ଯଶବନ୍ତ ସିଂହ ଗଜ୍ଜନ ମାଜରାଙ୍କୁ ଗିରଫ କରିଛି। ସଞ୍ଜୟଙ୍କ ଉପରେ ୪୦ କୋଟି ଟଙ୍କାର ବ୍ୟାଙ୍କ ଠକେଇ ଅଭିଯୋଗ ରହିଛି। ରିପୋର୍ଟ ଅନୁଯାୟୀ ମାମଲାରେ ଇଡି ସଞ୍ଜୟଙ୍କୁ ୩ ରୁ ୪ ଥର ନୋଟିସ ଦେଇଥିଲା। କିନ୍ତୁ ପଚରା ଉଚରା ପାଇଁ କୌଣସି ଥର ସଞ୍ଜୟ ହଜାର ହୋଇ ନଥିଲେ।

ସୋମବାର ସଞ୍ଜୟ ଦଳର କାର୍ଯ୍ୟକର୍ତ୍ତା ମାନଙ୍କ ସହିତ ବୈଠକ କରୁଥିବା ସମୟରେ ଇଡି ତାଙ୍କୁ ଗିରଫ କରିଥିଲା। ଗିରଫ ପରେ ସଞ୍ଜୟଙ୍କୁ ଇଡି ଜଳନ୍ଧର ନେଇଯାଇଛି। ସଞ୍ଜୟ ଅମରଗଡ଼ର ବିଧାୟକ ଥିଲେ। ଏହା ପୂର୍ବରୁ ଗତ ବର୍ଷ ସଞ୍ଜୟ ସିଂହଙ୍କ ଘରେ ଇଡି ଚଢ଼ାଉ କରିଥିଲା ଏବଂ ୧୪ ଘଣ୍ଟା ସର୍ଚ୍ଚ ଅପରେସନ କରିଥିଲା। ସେ ସମୟରେ ଇଡି ତାଙ୍କ ଘରୁ ୩୨ ଲକ୍ଷ ଟଙ୍କା ଏବଂ ତିନି ମୋବାଇଲ ଫୋନ୍ ସାଙ୍ଗରେ ନେଇଥିବା ସଞ୍ଜୟ କହିଥିଲେ। ଏହି ମାମଲାରେ ସିବିଆଇ ମଧ୍ୟ ଏଏପି ବିଧାୟକଙ୍କ ଘରେ ଚଢ଼ାଉ କରିଥିଲା।

ବିଅଧାୟକ ହେବା ପରେ ଯଶବନ୍ତ ସିଂହ ଗଜ୍ଜନ ମାଜରା ତାଙ୍କ ଦରମାରୁ ମାତ୍ର ଏକ ଟଙ୍କା ନେବାକୁ କହି ପ୍ରଥମେ ଚର୍ଚ୍ଚାକୁ ଆସିଥିଲେ। ଏଥିପାଇଁ ସେ ଏକ ଶପଥ ପାଠ ମଧ୍ୟ ଦେଇଥିଲେ, ଯାହାକୁ ସେ ସମୟରେ ଖୁବ ପ୍ରଶଂସା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri