ପଞ୍ଜାବ ଆଣ୍ଡ ସିନ୍ଧ୍‌ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର, ୭।୧୨: ପଞ୍ଜାବ ଆଣ୍ଡ ସିନ୍ଧ୍‌ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଜୟଦେବ ବିହାର ନିକଟସ୍ଥ ଏକ ହୋଟେଲରେ ବ୍ୟାଙ୍କର ଓଡିଶା କ୍ଷେତ୍ରର କାରବାର ସମ୍ପର୍କିତ ଏକ ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା। ଏଥିରେ ପଞ୍ଜାବ ଆଣ୍ଡ ସିନ୍ଧ୍‌ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ବରୂପ କୁମାର ସାହା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସେ ବ୍ୟାଙ୍କର କର୍ମଚାରୀଙ୍କୁ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଧାର୍ଯ୍ୟ ଲକ୍ଷ୍ୟ ହାସଲ ପାଇଁ ଥିବା ବିଭିନ୍ନ ଦିଗ ଉପରେ ସୂଚନା ଦେଇଥିଲେ। ଏପରିକି ବ୍ୟାଙ୍କର ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାମ୍‌ (ଆର୍‌ଏଏମ୍‌) କ୍ଷେତ୍ରରେ ୧୫% ଏବଂ କର୍ପୋରେଟ୍‌ କ୍ଷେତ୍ରରେ ୭ରୁ ୮% ଅଭିବୃଦ୍ଧି ହାର ହାସଲ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରହିଛି। ସେହିଭଳି ଗତ ଆର୍ଥିକ ବର୍ଷରେ ହୋଇଥିବା ଲାଭକୁ ପୁଣି ଥରେ ଦୋହରାଇବା ସହ ସାରା ଦେଶରେ ବ୍ୟାଙ୍କର ଶାଖା ସଂଖ୍ୟାକୁ ବୃଦ୍ଧି କରିବା ସହିତ ଗୁଣାତ୍ମକଭାବେ ଏହାର କଳେବର ବୃଦ୍ଧି ସମ୍ପର୍କରେ ସେ ଆଲୋକପାତ କରିଥିଲେ। ସେହିପରି ଚଳିତ ଆର୍ଥିକ ବର୍ଷରେ ବ୍ୟାଙ୍କର କାସା ପରିମାଣକୁ ୩୫% ରଖିବା ସହ ଏହାର ବର୍ତ୍ତମାନ ଥିବା ନିମ୍‌କୁ ରିଫାଇନ୍‌ କରିବା ଓ ଏନ୍‌ଏଆରସିଏଲ୍‌କୁ ଅଣକାର୍ଯ୍ୟକାରୀ ସମ୍ପତ୍ତି ବିକ୍ରୟ କରିବା ପାଇଁ ଧ୍ୟାନ ଦେଉଥିବା ବିଷୟରେ ମଧ୍ୟ ସେ ଉଲ୍ଲେଖ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କ୍‌ର ବିଜୟୱାଡା ଆଞ୍ଚଳିକ କାର୍ଯ୍ୟାଳୟର ମୁଖ୍ୟ ଜି. ଶ୍ରୀନିବାସ, ଭୁବନେଶ୍ୱର ମୁଖ୍ୟ ଶାଖାର ମୁଖ୍ୟ ସଞ୍ଜୀବ ସୁମନ୍‌ଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ ଯେ ସାହା ଓଡିଶା ଗସ୍ତରେ ଆସିଥିବା ବେଳେ ବ୍ୟାଙ୍କର ବିଭିନ୍ନ କାର୍ଯ୍ୟକଳାପ, ଅଧିକାରୀମାନଙ୍କ ସହ ବୈଠକ ଏବଂ ରାଜ୍ୟର ବିଭିନ୍ନ ଶିଳ୍ପ ସଂସ୍ଥା ଓ ଅନ୍ୟମାନଙ୍କ ସହ ସ୍ବତନ୍ତ୍ର ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri