Posted inଜାତୀୟ

ଏପ୍ରିଲ ୧ରୁ ଫ୍ରିରେ ମିଳିବ ବିଦ୍ୟୁତ୍‌ ସେବା

ଚଣ୍ଡିଗଡ଼,୧୫।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ଲାଭ କରିବା ପରେ ଆମ ଆଦମୀ ପାର୍ଟି(ଏଏପି)ର ଏବେ ନିଜର ପ୍ରତିଶ୍ରୁତି ପାଳନ କରିବାର ସମୟ ଆସିଛି। ନିର୍ବାଚନ ପୂର୍ବରୁ ପଞ୍ଜାବର ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ କରିବାକୁ ଏବେ ଏଏପି ଘୋଷଣା କରିିଛି। ସ୍ବାସ୍ଥ୍ୟ ଏବଂ ଶିକ୍ଷା ଭିତ୍ତିଭୂମି ପାଇଁ ଏକ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବା ସହ ସମସ୍ତଙ୍କୁ ୩୦୦ୟୁନିଟ ମାଗଣା ବିଦ୍ୟୁତ ସେବା ଯୋଗାଇଦିଆଯିବା କାର୍ଯ୍ୟ ଆରମ୍ଭ ହୋଇଛି ବୋଲି ମଙ୍ଗଳବାର ଏଏପି ଘୋଷଣା କରିଛି। ଇତିମଧ୍ୟରେ ଏଏପିର ସଂଯୋଜକ ତଥା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଦ୍ୱାରା ଦିଆଯାଇଥିବା ପ୍ରଥମ ପ୍ରତିଶ୍ରୁତି ୩୦୦ ୟୁନିଟ ମାଗଣା ବିଦ୍ୟୁତ୍‌ ସେବା ଏପ୍ରିଲ ୧ରୁ କାର୍ଯ୍ୟକାରୀ ହେବାର ସମ୍ଭାବନା ରହିଛି। ଏଥିପାଇଁ ପ୍ରତ୍ୟେକ ବର୍ଗର ଗ୍ରାହକଙ୍କ ସଂଖ୍ୟା ଏବଂ ବିଦ୍ୟୁତ୍‌ ସବ୍‌ସିଡି ବିଲ୍‌ ଉପରେ ପୂର୍ବରୁ ହିଁ ତଥ୍ୟ ସଂଗ୍ରହ କରାଯାଉଛି। ଏକ ରିପୋର୍ଟ ଅନୁଯାୟୀ, ରାଜ୍ୟରେ ୭୩ଲକ୍ଷ ଘରୋଇ ଉପଭୋକ୍ତା, ୧୪ଲକ୍ଷ କୃଷି ଉପଭୋକ୍ତା, ୧୧.୫୦ଲକ୍ଷ ବାଣିଜି୍ୟକ ଉପଭୋକ୍ତା ଏବଂ ୧.୫୦ଲକ୍ଷ ଶିଳ୍ପ ଉପଭୋକ୍ତାଙ୍କ ସମେତ ରାଜ୍ୟରେ ୧ କୋଟି ବିଦ୍ୟୁତ ଉପଭୋକ୍ତା ରହିଥିବା ସୂଚନା ମଳିଛି। ବର୍ତ୍ତମାନ ଏଏପି ସରକାର ଶପଥ ଗ୍ରହଣ ସମାରୋହକୁ ପ୍ରାଥମିକ ଧ୍ୟାନ ଦେଉଥିବା ବେଳେ ଦଳର ବରିଷ୍ଠ ଅଧିକାରୀମାନେ କିନ୍ତୁ ଶିକ୍ଷା ଏବଂ ସ୍ବାସ୍ଥ୍ୟ ନୀତି ପାଇଁ ନିର୍ଦ୍ଦେଶନାମା ପ୍ରସ୍ତୁତ କରିବା ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri