ପଞ୍ଜାବ ବିଧାନସଭା ନିର୍ବାଚନ, ବଳାତ୍କାର-ହତ୍ୟା ଅଭିଯୁକ୍ତ ମଇଦାନରେ, ଶିରୋମଣୀ ଅକାଳୀ ଦଳ ଆଗରେ…

ଚଣ୍ଡିଗଡ଼, ୧୫।୨ : ଫେବୃୟାରୀ ୨୦ରେ ପଞ୍ଜାବର ୧୧୭ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନରେ ୧୩୦୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେଥିମଧ୍ୟରୁ ଲୁଧିଆନାର ୧୪ ଆସନରେ ସର୍ବାଧିକ ୧୭୫ ପ୍ରାର୍ଥୀ ଚିର୍ବାଚନ ମଇଦାନରେ ରହିଛନ୍ତି। ସେହିପରି ଅମୃତସରର ୧୧ ଆସନରେ ୧୧୭ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ପଟିଆଲାର ୮ ଆସନରେ ୧୦୩ ଜଣ ପ୍ରାର୍ଥୀ ଅଛନ୍ତି।

ପ୍ରାର୍ଥୀ ମାନଙ୍କ ମଧ୍ୟରୁ ୩୧୫ ଜଣଙ୍କ ବିରୋଧରେ ବଳାତ୍କାର,ହତ୍ୟା ଅଭିଯୋଗ ଆଦି ରହିଛି। ସେଥିମଧ୍ୟରୁ ୨୧୮ ଜଣଙ୍କ ବିରୋଧରେ ଗୁରୁତର ଅଭିଯୋଗ ରହିଛି। ଶିରୋମଣୀ ଅକାଳୀ ଦଳର ସର୍ବାଧିକ ୬୮ ପ୍ରତିଶତ ପ୍ରାର୍ଥୀଙ୍କ ବିରୋଧ ଅପରାଧିକ ମାମଲା ରହିଛି। ଏହାପରେ ଆମ୍‌ ଆଦ୍‌ମୀ ପାର୍ଟିର ୫୦ ପ୍ରତିଶତ ପ୍ରାର୍ଥୀଙ୍କ ବିରୋଧରେ ବିଭିନ୍ନ ମାମଲା ରହିଛି। ଏହି ମାମଲାରେ

ତାଲିକାର ତୃତୀୟ ସ୍ଥାନରେ ଭାଜପା ରହିଛି। ଭାଜପାର ୩୮ ପ୍ରତିଶତ ପ୍ରାର୍ଥୀଙ୍କ ବିରୋଧରେ ଅପରାଧିକ ମାମଲା ରହିଛି। ଶିରୋମଣୀ ଅକାଳୀ ଦଳ(ସଂୟୁକ୍ତ)ର ୨୯ ପ୍ରତିଶତ ପ୍ରାର୍ଥୀଙ୍କ ବିରୋଧରେ ବିଭିନ୍ନ ମାମଲାର ରହିଥିବା ସେମାନେ ନାମାଙ୍କନ ପତ୍ର ଦାଖଲ ସମୟରେ କରିଥିବା ସତ୍ୟପାଠରୁ ଜଣାପଡ଼ିଛି। ବିଏସ୍‌ପିର ୧୫ ପ୍ରତିଶତ ଏବଂ କଂଗ୍ରେସର ୧୪ ପ୍ରତିଶତ ପ୍ରାର୍ଥୀଙ୍କ ବିରୋଧରେ ଅପରାଧିକ ମାମଲା ରହିଛି।

୨୦୧୭ ତୁଳନାରେ ୨୦୨୨ରେ ଅପରାଧିକ ପୃଷ୍ଠ ଭୂମିଥିବା ପ୍ରାର୍ଥୀଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ୨୦୧୭ରେ ଏହା ୯ ପ୍ରତିଶତ ଥିବାବେଳେ ୨୦୨୨୨ରେ ଏହା ୨୫ ପ୍ରତିଶତକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri