Posted inଜାତୀୟ

ଭଗଓ୍ବନ୍ତଙ୍କ କ୍ୟାବିନେଟ ମନ୍ତ୍ରୀ ନେଲେ ଶପଥ

ଚଣ୍ଡିଗଡ଼,୧୯।୩: ପଞ୍ଜାବରେ ଆମ ଆଦମୀ ପାର୍ଟିର ବହୁମତରେ ବିଜୟ ହାସଲ ପରେ ମାର୍ଚ୍ଚ ୧୬ରେ ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଇତିମଧ୍ୟରେ ମାନ ସରକାରଙ୍କ ନେତୃତ୍ୱରେ ଏଏପି ସରକାରଙ୍କ ୧୦ଜଣ ବିଧାୟକ ମନ୍ତ୍ରୀପଦ ପାଇଁ ଗୋପନୀୟତାରେ ଶପଥ ପାଠ ଗ୍ରହଣ କରିଛନ୍ତି। ରାଜ୍ୟପାଳ ବନୱାରୀ ଲାଲ ପୁରୋହିତ ତାଙ୍କୁ ଶପଥ ପାଠ କରାଇଛନ୍ତି। ପୁରୁଣା ଚେହେରା ବଦଳରେ ମାନ କ୍ୟାବିନେଟରେ ନୂତନ ବିଧାୟକମାନଙ୍କୁ ସୁଯୋଗ ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ମହିଳା ମନ୍ତ୍ରୀ ମଧ୍ୟ ଅଛନ୍ତି। ବଲଜିତ କୌରଙ୍କୁ ମଧ୍ୟ କ୍ୟାବିନେଟରେ ସାମିଲ କରାଯାଇଛି। ସୂଚନାଯୋଗ୍ୟ, ଚଣ୍ଡିଗଡ଼ର ରାଜ ଭବନର ନୂତନ ଗୁରୁ ନାନକ ଦେବ ଅଡିଟୋରିୟମ୍‌ରେ ଶନିବାର ମନ୍ତ୍ରୀମାନେ ଶପଥ ଗ୍ରହଣ କରିଛନ୍ତି। ବରିଷ୍ଠ ନେତା ହରପାଲ ସିଂ ଚିମା ଦିରବାରୁ ଦ୍ୱିତୀୟ ଥର ବିଧାୟକ ନିର୍ବାଚିତ ହୋଇଥିବା ବେଳେ ସର୍ବପ୍ରଥମେ ସେ ମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରିଥିଲେ। ସେହିପରି ଦ୍ୱିତୀୟରେ ଡ.ବଲଜିତ କୌର, ତୃତୀୟରେ ହରଭଜନ ସିଂଙ୍କ ବ୍ୟତୀତ ଡ. ବିଜୟ ସାଙ୍ଗେଲା, ଲଲଚନ୍ଦ କଟାରୁଚକ୍କ, ବ୍ରହ୍ମା ଶଙ୍କର, ଗୁରୁମିତ ସିଂ ମିତ୍‌ ହେୟର, ଲାଲଜିତ ସିଂ ଭୁଲ୍ଲର ଏବଂ ହରଜୋତ ସିଂ ବେନ୍ସ ଶପଥ ଗ୍ରହଣ କରିଛନ୍ତି। ମନ୍ତ୍ରିମଣ୍ଡଳର ସର୍ବ କନିଷ୍ଠ ସଦସ୍ୟ ହେଉଛନ୍ତି ହରଜୋତ ସିଂ ବେନ୍ସ। ଏହି ସାମରୋହରେ ଭଗଓ୍ବନ୍ତ ମାନଙ୍କ ଝିଅ ସିରତ କୌର ମାନ ଓ ପୁଅ ଦିଲଶାନ ମାନ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri