Posted inଜାତୀୟ

ଭଗଓ୍ବନ୍ତଙ୍କ କ୍ୟାବିନେଟ ମନ୍ତ୍ରୀ ନେଲେ ଶପଥ

ଚଣ୍ଡିଗଡ଼,୧୯।୩: ପଞ୍ଜାବରେ ଆମ ଆଦମୀ ପାର୍ଟିର ବହୁମତରେ ବିଜୟ ହାସଲ ପରେ ମାର୍ଚ୍ଚ ୧୬ରେ ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଇତିମଧ୍ୟରେ ମାନ ସରକାରଙ୍କ ନେତୃତ୍ୱରେ ଏଏପି ସରକାରଙ୍କ ୧୦ଜଣ ବିଧାୟକ ମନ୍ତ୍ରୀପଦ ପାଇଁ ଗୋପନୀୟତାରେ ଶପଥ ପାଠ ଗ୍ରହଣ କରିଛନ୍ତି। ରାଜ୍ୟପାଳ ବନୱାରୀ ଲାଲ ପୁରୋହିତ ତାଙ୍କୁ ଶପଥ ପାଠ କରାଇଛନ୍ତି। ପୁରୁଣା ଚେହେରା ବଦଳରେ ମାନ କ୍ୟାବିନେଟରେ ନୂତନ ବିଧାୟକମାନଙ୍କୁ ସୁଯୋଗ ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ମହିଳା ମନ୍ତ୍ରୀ ମଧ୍ୟ ଅଛନ୍ତି। ବଲଜିତ କୌରଙ୍କୁ ମଧ୍ୟ କ୍ୟାବିନେଟରେ ସାମିଲ କରାଯାଇଛି। ସୂଚନାଯୋଗ୍ୟ, ଚଣ୍ଡିଗଡ଼ର ରାଜ ଭବନର ନୂତନ ଗୁରୁ ନାନକ ଦେବ ଅଡିଟୋରିୟମ୍‌ରେ ଶନିବାର ମନ୍ତ୍ରୀମାନେ ଶପଥ ଗ୍ରହଣ କରିଛନ୍ତି। ବରିଷ୍ଠ ନେତା ହରପାଲ ସିଂ ଚିମା ଦିରବାରୁ ଦ୍ୱିତୀୟ ଥର ବିଧାୟକ ନିର୍ବାଚିତ ହୋଇଥିବା ବେଳେ ସର୍ବପ୍ରଥମେ ସେ ମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରିଥିଲେ। ସେହିପରି ଦ୍ୱିତୀୟରେ ଡ.ବଲଜିତ କୌର, ତୃତୀୟରେ ହରଭଜନ ସିଂଙ୍କ ବ୍ୟତୀତ ଡ. ବିଜୟ ସାଙ୍ଗେଲା, ଲଲଚନ୍ଦ କଟାରୁଚକ୍କ, ବ୍ରହ୍ମା ଶଙ୍କର, ଗୁରୁମିତ ସିଂ ମିତ୍‌ ହେୟର, ଲାଲଜିତ ସିଂ ଭୁଲ୍ଲର ଏବଂ ହରଜୋତ ସିଂ ବେନ୍ସ ଶପଥ ଗ୍ରହଣ କରିଛନ୍ତି। ମନ୍ତ୍ରିମଣ୍ଡଳର ସର୍ବ କନିଷ୍ଠ ସଦସ୍ୟ ହେଉଛନ୍ତି ହରଜୋତ ସିଂ ବେନ୍ସ। ଏହି ସାମରୋହରେ ଭଗଓ୍ବନ୍ତ ମାନଙ୍କ ଝିଅ ସିରତ କୌର ମାନ ଓ ପୁଅ ଦିଲଶାନ ମାନ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri