Posted inଜାତୀୟ

ପଞ୍ଜାବ କ୍ୟାବିନେଟରେ ନୂଆ ମନ୍ତ୍ରୀଙ୍କୁ ମିଳିଲା ବିଭାଗ

ଚଣ୍ଡିଗଡ଼,୫।୭: ପଞ୍ଜାବରେ ମଙ୍ଗଳବାର ସମସ୍ତ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏଥିରେ କେତେକ ପୁରୁଣା ମନ୍ତ୍ରୀଙ୍କ ବିଭାଗକୁ ପରିବର୍ତ୍ତନ କରାଯାଇଛି। ଇତିମଧ୍ୟରେ କ୍ୟାବିନେଟରେ ସୋମବାର ସାମିଲ ହୋଇଥିବା ନୂତନ ୫ଜଣ ମନ୍ତ୍ରୀଙ୍କୁ ମଧ୍ୟ ବିଭାଗ ବଣ୍ଟନ କରାଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ନୂତନ ମନ୍ତ୍ରୀଙ୍କ ବିଭାଗ ବଣ୍ଟନର ଘୋଷଣା କରିଛନ୍ତି। ଦ୍ୱିତୀୟ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ନୂତନ ମନ୍ତ୍ରୀ ଅମନ ଆରୋରାଙ୍କୁ ଲୋକସମ୍ପର୍କ ବିଭାଗ ମିଳିଛି। ସେହିପରି ଚେତନ ସିଂ ଜୌରାମାଜରାଙ୍କୁ ସ୍ବାସ୍ଥ୍ୟ ବିଭାଗର ଦାୟିତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ଡକ୍ଟର ଇନ୍ଦରବୀର ସିଂ ନିଜାରଙ୍କୁ ସାଧାରଣ ପ୍ରଶାସନ ବିଭାଗ, ଅନମୋଲ ଗଗନ ମାନଙ୍କୁ ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରଣାଳୟ ଏବଂ ଫୌଜା ସିଂଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରଣାଳୟର ପରିଚାଳନା କରିିବେ। ଅନ୍ୟପକ୍ଷେ ପଞ୍ଜାବ କ୍ୟାବିନେଟରେ ସାମିଲ ହୋଇଥିବା ସମସ୍ତ ନୂଆ ମନ୍ତ୍ରୀଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri