Posted inଜାତୀୟ

ଚନିଙ୍କ ଦୀପାବଳି ଭେଟି: କମିଲା ବିଜୁଳି ଦର

ଚଣ୍ଡିଗଡ଼,୧ ।୧୧: ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ଚନି ସରକାର ସୋମବାର ଏକ ବଡ ଘୋଷଣା କରିଛନ୍ତି । କ୍ୟାବିନେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନି ପଞ୍ଜାବବାସୀଙ୍କ ପାଇଁ ବିଜୁଳି ପ୍ରତି ୟୁନିଟ ପିଛା ଦର ୩ ଟଙ୍କା କମ୍ କରିବାକୁ ଘୋଷଣା କରିଛନ୍ତି । ଏହା ସୋମବାର ଅର୍ଥାତ୍ ୧ ନଭମ୍ବରରୁ କାର୍ଯ୍ୟକାରୀ କରାଯିବ । ତେବେ ପଞ୍ଜାବରେ ସରକାର ଗଢିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘୋଷଣା କରିଥିଲେ କି ସେ ସରକାର ଗଠନ କଲେ ରାଜ୍ୟବାସୀଙ୍କୁ ମାଗଣାରେ ବିଜୁଳି ଯୋଗାଇ ଦିଆଯିବ । ଏହାକୁ ଚ୍ୟାଲେଞ୍ଜ କରି ଏବେ ପଞ୍ଜାବ ସରକାର କହିଛି କେଜରିୱାଲଙ୍କ ଘୋଷଣାର ସର୍ବେକ୍ଷଣ ପରେ ଜଣାପଡିଛି କି ଆମ ଆଦମୀ ପାର୍ଟି ମାଗଣା ନୁହେଁ ବରଂ କମ୍ ପଇସାରେ ବିଜୁଳି ଯୋଗାଇ ଦେବ । ମୁଖ୍ୟମନ୍ତ୍ରୀ ଚନି କହିଛନ୍ତି ରାଜ୍ୟରେ ୭୨ ଲକ୍ଷ ବିଜୁଳି ଉପଭୋକ୍ତା ଥିବା ବେଳେ ସେମାନଙ୍କ ମଧ୍ୟରୁ ୯୫ ପ୍ରତିଶତ ଏହାଦ୍ୱାରା ଲାଭାନ୍ୱିତ ହେବେ । ସେ ଆହୁରି ମଧ୍ୟ ଦାବି କରିଛନ୍ତି କି ଏହା ଦେଶର ସବୁଠାରୁ ଶସ୍ତା ବିଜୁଳି ଦର । ସୋମବାର କ୍ୟାବିନେଟ ମିଟିଂ ପରେ ଚନି ନିର୍ବାଚନୀ ମୁଡରେ ନଜର ଆସିଥଲେ । ଏହାପରେ ଚନି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୧ ପ୍ରତିଶତ ବୃଦ୍ଧି ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri