Posted inଜାତୀୟ

ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ପୁତୁରା ଘରେ ଚଢ଼ାଉ

ନୂଆଦିଲ୍ଲୀ,୧୮।୧: ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନିଙ୍କ ପୁତୁରା ଏବଂ ଅନ୍ୟ କିଛି ନେତାଙ୍କ ଘରେ ମଙ୍ଗଳବାର ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ବେଆଇନ ବାଲି ଖନନ ମାମଲାରେ ନିର୍ବାଚନର କିଛି ସପ୍ତାହ ପୂର୍ବରୁ ଏହି ଚଢ଼ାଉ କରାଯାଇଛି।

ଚନ୍ନିଙ୍କ ପୁତୁରା ଭୁପିନ୍ଦର ସିଂ ହନିଙ୍କ ଘର ସମେତ ୧୦ ସ୍ଥାନରେ ମଙ୍ଗଳବାର ସକାଳୁ ସର୍ଚ୍ଚ ଅପରେଶନ ଆରମ୍ଭ କରିଛନ୍ତି ଇଡି ଅଧିକାରୀ। ବେଆଇନ ଟଙ୍କା ନେଣଦେଣ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଇଡି ଅଧିକାରୀ ସୂଚନା ଦେଇଛନ୍ତି।

ଫେବୃୟାରୀ ୨୦ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ମୁଖ୍ୟ ପ୍ରସଙ୍ଗ ପାଲଟିଛି ବେଆଇନ ବାଲି ଖନନ। ଏହି ବ୍ୟବସାୟରେ ଶାସକ କଂଗ୍ରେସ ଦଳ ଜଡ଼ିତ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦ୍ର ସିଂ ଅଭିଯୋଗ କରିଆସୁଛନ୍ତି। ପଞ୍ଜାବରେ କଂଗ୍ରେସକୁ କଡ଼ା ଚ୍ୟାଲେଞ୍ଜ ଦେଉଥିବା ଆମ ଆଦମି ପାର୍ଟି (ଏଏପି) ମଧ୍ୟ ମୁଖ୍ୟମନ୍ତ୍ରୀ ଚନ୍ନି ବିରୋଧରେ ନିଜ ନିର୍ବାଚନ ମଣ୍ଡଳୀରେ ବେଆଇନ ବାଲି ଖନନ କରୁଥିବା ଅଭିଯୋଗ କରି ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି।…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri