Posted inଜାତୀୟ

ପଞ୍ଜାବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶ ଆଜି, ବିରୋଧରେ ଚଣ୍ଡିଗଡ଼ରେ ଭାଜପାର ଜନତା ବିଧାନସଭା

ଚଣ୍ଡିଗଡ଼,୨୭ ।୯: ପଞ୍ଜାବ ବିଧାନସଭାର ବିଶେଷ ଅଧିବେଶନ ଆଜି ଡକା ଯାଇଛି । ଗୃହର କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହେବ । ଭଗୱନ୍ତ ମାନଙ୍କ ନେତୃତ୍ୱ ବାଲା ସରକାର ଶନିବାର ରାଜ୍ୟପାଳଙ୍କୁ ସୂଚନା ଦେଇଥିଲେ କି ୨୭ ସେପ୍ଟେମ୍ବରରେ ହେବାକୁ ଥିବା ବିଶେଷ ଅଧିବେଶନରେ ନଡା ଜଳାଇବା, ମାଲ ଓ ସେବା କର ଏବଂ ବିଜୁଳି ବଣ୍ଟନ ଭଳି ବିଷୟକୁ ନେଇ ଚର୍ଚ୍ଚା ହେବ । ସୂଚନାଯୋଗ୍ୟ, ପଞ୍ଜାବ ରାଜ୍ୟପାଳ ବନୱାରିଲାଲ ପୁରୋହିତ ଏହା ପୂର୍ବରୁ ଦିନିକିଆ ଅଧିବେଶନକୁ ମନା କରି ଦେଇଥିଲେ । ପରେ ଆମ ଆଦମୀ ପାର୍ଟି(ଏଏପି) ନେତାମାନେ ଯେତେବେଳେ ଆଲୋଚନା ହେବାକୁ ଯାଉଥିବା ବିଷୟ ସମ୍ପର୍କରେ କହିଲେ ସେତେବେଳେ ରାଜ୍ୟପାଳ ଏହି ଅଧିବେଶନକୁ ମଞ୍ଜୁରୀ ପ୍ରଦାନ କରିଥିଲେ ।
ତେବେ ଏହି ସ୍ୱତନ୍ତ୍ର ଅଧିବେଶନର ବିରୋଧ କରିବାକୁ ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରସ୍ତୁତ ହୋଇ ରହିଛି । ଭାଜପାର ୨ ଜଣ ବିଧାୟକ ବିଧାନସଭାକୁ ଯିବେ ହେଲେ ଭାଜପା ନେତା ଚଣ୍ଡିଗଡ଼ରେ ଜନତା ବିଧାନସଭା ଲଗାଇବେ । ସୋମବାର ଭାଜପାର କୋର କମିଟି ବୈଠକ ପରେ ଭାଜପା ଅଧ୍ୟକ୍ଷ ଅଶ୍ୱିନି ଶର୍ମା ଏ ସମ୍ପର୍କରେ ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri