Posted inଜାତୀୟ

ଦୁର୍ନୀତି ଅଭିଯୋଗରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ପଦରୁ ହଟାଇଲେ ମାନ

ଚଣ୍ଡିଗଡ଼,୨୪।୫: ଦୁର୍ନୀତି ବିରୋଧରେ ଶକ୍ତ ମନୋଭାବ ଦେଖାଇ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୁର୍ନୀତି ଅଭିଯୋଗରେ ନିଜ ସ୍ବାସ୍ଥ୍ୟମନ୍ତ୍ରୀ ବିଜୟ ସିଙ୍ଗଲାଙ୍କୁ ଭଗଓ୍ବନ୍ତ ମାନ ବରଖାସ୍ତ କରିଛନ୍ତି।
ସିଙ୍ଗଲାଙ୍କ ବିରୋଧରେ ଦୁର୍ନୀତିର ପ୍ରମାଣ ମିଳିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିସହ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନ ପଞ୍ଜାବ ପୋଲିସକୁ ସିଙ୍ଗଲାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଭଗଓ୍ବନ୍ତ ମାନଙ୍କ ନେତୃତ୍ୱରେ ଥିବା ସରକାରରେ ବିଜୟ ସିଙ୍ଗଲା ସ୍ବାସ୍ଥ୍ୟମନ୍ତ୍ରୀ ଥିଲେ। ବିଜୟ ସିଙ୍ଗଲା ଠିକା ଦେଉଥିବା ବେଳେ ଅଧିକାରୀଙ୍କଠାରୁ ଏକ ପ୍ରତିଶତ କମିଶନ ଦାବି କରିଥିଲେ। ଅନେକ ଦିନରୁ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ହୋଇଆସୁଥିଲା। ତେବେ ସିଙ୍ଗଲାଙ୍କ ବିରୋଧରେ ଦୃଢ଼ ପ୍ରମାଣ ମିଳିବା ପରେ ଭଗଓ୍ବନ୍ତ ମାନ ବିଜୟ ସିଙ୍ଗଲାଙ୍କୁ ନିଜ ମନ୍ତ୍ରୀମଣ୍ଡଳରୁ ହଟାଇ ଦେଇଛନ୍ତି। ରାଜ୍ୟରେ ଗୋଟିଏ ପ୍ରତିଶତ ଦୁର୍ନୀତିକୁ ବରଦାସ୍ତ କରାଯିବନି। ଜନତା ବହୁତ ବିଶ୍ୱାସର ସହ ଆମ ଆଦମୀ ପାର୍ଟିର ସରକାର ଗଢ଼ିଛନ୍ତି। ସେମାନଙ୍କ ଆଶା ପୂରଣ କରିବା ଆମର କର୍ତ୍ତବ୍ୟ ବୋଲି ମାନ କହିଛନ୍ତି। ଏତଦ୍‌ ବ୍ୟତୀତ ସେ କହିଛନ୍ତି, ଯେ ପର୍ଯ୍ୟନ୍ତ ଅରବିନ୍ଦ କେଜ୍ରିଓ୍ବାଲ ଭଳି ଭାରତ ମାତାର ପୁଅ ଅଛନ୍ତି ଏବଂ ଭଗଓ୍ବନ୍ତ ମାନଙ୍କ ଭଳି ସୈନ୍ୟ ଅଛନ୍ତି ସେପର୍ଯ୍ୟନ୍ତ ଦୁର୍ନୀତି ବିରୋଧରେ ମହାଯୁଦ୍ଧ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri