ମାର୍ଚ୍ଚ ୧୬ରେ ଶପଥ ନେବେ ଭଗଓ୍ବନ୍ତ

ଚଣ୍ଡିଗଡ଼,୧୧।୩: ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି)ର ବିପୁଳ ପରିମାଣରେ ବିଜୟ ପରେ ଏବେ ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ନେବେ। ପଞ୍ଜାବର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗଓ୍ବନ୍ତ ମାନ ମାର୍ଚ୍ଚ ୧୬ରେ ଶପଥ ଗ୍ରହଣ କରିବେ ବୋଲି ସୂଚନା ମିଳିଛି। ଏହାପୂର୍ବରୁ ମାର୍ଚ୍ଚ ୧୩ରେ ଏଏପି ସଂଜଯୋକ ଅରବିନ୍ଦ କେଜ୍ରିୱାଲ ଓ ଭାଗଓ୍ବନ୍ତ ମାନ ଅମୃତସରରେ ଏକ ରୋଡ ଶୋ’ କରିବେ। ଭଗଓ୍ବନ୍ତ ବର୍ତ୍ତମାନ ଦିଲ୍ଲୀରେ ଥିବା ବେଳେ ସେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଏବଂ ଏଏପି ନେତା ରାଘବ ଚଡ୍ଡା ମଧ୍ୟ ଉପସ୍ଥିତ ଥିଲେ। ସାକ୍ଷାତକାର ପରେ ଅରବିନ୍ଦ କେଜ୍ରିୱାଲ ଟୁଇଟ କରି କହିଛନ୍ତି, ‘ମୋର ସାନଭାଇ ଭଗଓ୍ବନ୍ତ ମାନ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବ’। ଶୁକ୍ରବାର ସେ ମୋ ଘରକୁ ଆସି ଶପଥ ଗ୍ରହଣର ନିମନ୍ତ୍ରଣ ଦେଇଛନ୍ତି। ଜଣେ ମୁଖ୍ୟମନ୍ତ୍ରୀ ଭାବେ ଭଗଓ୍ବନ୍ତ ପଞ୍ଜାବର ଜନସାଧାରଣଙ୍କ ସମସ୍ତ ଆଶା ପୂରଣ କରିବେ ବୋଲି କ୍ରେଜିଓ୍ବାଲ ବିଶ୍ୱାସ ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri