ପଜିଟିଭ ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ-ଗମ୍ଭୀର

ଚଣ୍ଡିଗଡ଼,୬।୧୧:କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତ ହୋଇଥିବା ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ। ଅନ୍ୟପଟେ ଦିଲ୍ଲୀର ଭାଜପା ଏମ୍‌ପି ଗୌତମ ଗମ୍ଭୀର ମଧ୍ୟ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଅକ୍ଟୋବର ୩୧ରେ ମହର୍ଷି ବାଲ୍ମିକି ଜୟନ୍ତୀ ଅବସରରେ ଆୟୋଜିତ ହୋଇଥିବା ଏକ କ୍ୟାର୍ଯ୍ୟକ୍ରମରେ କ୍ୟାପଟେନ ଅମରିନ୍ଦର ଯୋଗଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅନେକ ଆଇଏଏସ୍‌ ଅଧିକାରୀ ମଧ୍ୟ ସାମିଲ ହୋଇଥିବା ବେଳେ ଅମରିନ୍ଦର ସେମାନଙ୍କୁ ସାକ୍ଷାତକାର କରିଥିଲେ। ହେଲେ ଏବେ ଉକ୍ତ ଅଧିକାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ରହିଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ନିଜକୁ ହୋମ୍‌ କ୍ୱାରାଣ୍ଟାଇନ୍‌ କରିନେଇଛନ୍ତି। ହୋମ୍‌ କ୍ୱାରାଣ୍ଟାଇନ୍‌ ହେବା ପରେ ତାଙ୍କର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଏହାପୂର୍ବରୁ ବି କରୋନାରେ ଆକ୍ରାନ୍ତ ହୋଇଥିବା କଂଗ୍ରେସ ବିଧାୟକଙ୍କ ସଂସ୍ପର୍ଶରେ ଆସିବାରୁ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ସେହିପରି ଦିଲ୍ଲୀର ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କ ଘରେ କେହି ଜଣେ କରୋନାରେ ଆକ୍ରାନ୍ତ ହେବାରୁ ନିଜକୁ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ କରିନେଇଛନ୍ତି। ଏଥିସହ ସେ ନିଜର କରୋନା ପରୀକ୍ଷା କରାଇଥିବା ବେଳେ ରିପୋର୍ଟକୁ ଅପେକ୍ଷା କରିଛନ୍ତି ବୋଲି ଗମ୍ଭୀର କହିଛନ୍ତି। ଏନେଇ ଗମ୍ଭୀର ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri