Posted inଜାତୀୟ

ସନ୍ଥ ରବିଦାସ ଜୟନ୍ତୀରେ ବାରାଣସୀ ପହଞ୍ଚିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ବାରାଣସୀ,୧୬।୨: ବୁଧବାର ଦେଶରେ ସନ୍ଥ ରବିଦାସଙ୍କ ଜୟନ୍ତୀ ପାଳନ କରାଯାଉଛି। ବିଧାନସଭା ନିର୍ବାଚନରେ ଦଳିତ ଭୋଟ ବ୍ୟାଙ୍କ ପାଇଁ ନେତାଙ୍କ ଲାଗି ଆଜି ଏକ ବିଶେଷ ଦିନ। ନିର୍ବାଚନ ପରିବେଶ ମଧ୍ୟରେ ରବିଦାସଙ୍କ ଜୟନ୍ତୀରେ ବିଭିନ୍ନ ରାଜନୈତିକ ଦଳର ନେତାମାନେ ଦଳିତ ଭୋଟରଙ୍କୁ ଆକୃଷ୍ଟ କରିବାରେ ଲାଗିପଡ଼ିଛନ୍ତି। ଏହିକ୍ରମରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ମଧ୍ୟ ପଛରେ ନାହାନ୍ତି। ବୁଧବାର ସକାଳେ ମୁଖ୍ୟମନ୍ତ୍ରୀ ଚନ୍ନି ବାରାଣସୀ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନ ବନ୍ଦରରୁ ସେ ସିଧାସଳଖ ଶ୍ରୀକାଶୀ ବିଶ୍ୱନାଥ ମନ୍ଦିରକୁ ଯାଇଥିଲେ। ବାବାଙ୍କ ଦର୍ଶନ ଓ ପୂଜା କରିବା ପରେ ସେ ସନ୍ଥ ରବିଦାସଙ୍କ ଜନ୍ମସ୍ଥାନ ସୀର ଗୋବର୍ଦ୍ଧନପୁରରେ ପହଞ୍ଚିଥିଲେ। ରବିଦାସ ମନ୍ଦିରରେ ସନ୍ଥ ନିରଞ୍ଜନ ଦାସ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ମୁଖ୍ୟମନ୍ତ୍ରୀ ଚନ୍ନି ରବିଦାସ ଜୟନ୍ତୀରେ ଲୋକଙ୍କୁ ଶୁଭକାମନା ଜଣାଇଛନ୍ତି। ସକାଳ ପ୍ରାୟ ୪ଟାରେ ଚନ୍ନି ପ୍ରଥମେ ପହଞ୍ଚି ମନ୍ଦିରକୁ ଯାଇ ପ୍ରାର୍ଥନା କରିଥିଲେ। ପଞ୍ଜାବ ଓ ଉତ୍ତରପ୍ରଦେଶରେ ହେବାକୁ ଥିବା ନିର୍ବାଚନକୁ ଦୃଷ୍ଟିରେ ରଖି ଏବଂ ଦଳିତ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ରବିଦାସଙ୍କ ମନ୍ଦିରରେ ଆଜି ନେତାଙ୍କ ଭିଡ଼ ଦେଖିବାକୁ ମିଳିଛି। ଏହି ତାଲିକାରେ ଚନ୍ନି ପ୍ରଥମରେ ରହିଛନ୍ତି। ଚନ୍ନି ସକାଳୁ ମନ୍ଦିରରେ ପହଞ୍ଚି ସନ୍ଥ ରବିଦାସଙ୍କୁ ଦର୍ଶନ କରିବା ସହ ପ୍ରାୟ ୪୫ ମିନିଟ୍‌ ଧରି ମନ୍ଦିରରେ ଚାଲିଥିବା କିର୍ତ୍ତନରେ ସେ ସାମିଲ ହୋଇଥିଲେ। ମନ୍ଦିରରୁ ବାହାରିବା ପରେ ଚନ୍ନି ପଞ୍ଜାବରୁ ଆସିଥିବା ଭକ୍ତଙ୍କୁ ଭେଟି ସତ୍‌ସଙ୍ଗ ସ୍ଥାନକୁ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri