Posted inଜାତୀୟ

ମୋଦିଙ୍କୁ ଭେଟିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚନ୍ନୀ

ନୂଆଦିଲ୍ଲୀ,୧ ।୧୦:ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀ ସ୍ଥିତ ତାଙ୍କ ବାସଭବନରେ ସାକ୍ଷାତ୍ କରିଛନ୍ତି । ପ୍ରାୟ ୧ ଘଣ୍ଟା ଧରି ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ଚନ୍ନୀ ଆଲୋଚନା କରିଥିଲେ । ଏହି ସମୟରେ ସେ ୩ଟି ଯାକ ନୂଆ କୃଷି ଆଇନକୁ କେନ୍ଦ୍ର ସରକାର ଫେରାଇ ନେବାକୁ କହିବା ସହ କୃଷକମାନେ ପୁଣିଥରେ ସରକାରଙ୍କ ସହ ଆଲୋଚନା କରନ୍ତୁ ବୋଲି କହିଥିଲେ । ସେ କହିଛନ୍ତି ମୋଦିଙ୍କ ସହ ଭଲ ବତାବରଣ ମଧ୍ୟରେ ଆଲୋଚନା ହେଲା । ଏହାସହ ଫସଲ କ୍ରୟକୁ ନେଇ ବି ଉଭୟ ଅଲୋଚନା କରିଛନ୍ତି । ଧାନ କ୍ରୟ ଶୀଘ୍ର ଆରମ୍ଭ କରିବାକୁ ଚନ୍ନୀ ମୋଦିଙ୍କୁ ପ୍ରସ୍ତାବ ଦେଇଥିବା କହିଛନ୍ତି । ସରକାର ଏହାର ସମୟ ୧୦ ଅକ୍ଟୋବର ରଖିଥିବା ବେଳେ ପଞ୍ଜାବରେ ଏହା ଅକ୍ଟୋବର ୧ରୁ ଆରମ୍ଭ ହୋଇଥାଏ । ଏହାସହ ମୋଦିଙ୍କୁ ସାକ୍ଷାତ୍ କରି ଚନ୍ତୀ କରୋନା ମହାମାରୀ ଯୋଗୁ ବନ୍ଦଥିବା କରତାରପୁର କରିଡରକୁ ପୁଣିଥରେ ଖୋଲିବାକୁ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri