Posted inଜାତୀୟ

ମୋଦିଙ୍କୁ ଭେଟିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚନ୍ନୀ

ନୂଆଦିଲ୍ଲୀ,୧ ।୧୦:ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀ ସ୍ଥିତ ତାଙ୍କ ବାସଭବନରେ ସାକ୍ଷାତ୍ କରିଛନ୍ତି । ପ୍ରାୟ ୧ ଘଣ୍ଟା ଧରି ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ଚନ୍ନୀ ଆଲୋଚନା କରିଥିଲେ । ଏହି ସମୟରେ ସେ ୩ଟି ଯାକ ନୂଆ କୃଷି ଆଇନକୁ କେନ୍ଦ୍ର ସରକାର ଫେରାଇ ନେବାକୁ କହିବା ସହ କୃଷକମାନେ ପୁଣିଥରେ ସରକାରଙ୍କ ସହ ଆଲୋଚନା କରନ୍ତୁ ବୋଲି କହିଥିଲେ । ସେ କହିଛନ୍ତି ମୋଦିଙ୍କ ସହ ଭଲ ବତାବରଣ ମଧ୍ୟରେ ଆଲୋଚନା ହେଲା । ଏହାସହ ଫସଲ କ୍ରୟକୁ ନେଇ ବି ଉଭୟ ଅଲୋଚନା କରିଛନ୍ତି । ଧାନ କ୍ରୟ ଶୀଘ୍ର ଆରମ୍ଭ କରିବାକୁ ଚନ୍ନୀ ମୋଦିଙ୍କୁ ପ୍ରସ୍ତାବ ଦେଇଥିବା କହିଛନ୍ତି । ସରକାର ଏହାର ସମୟ ୧୦ ଅକ୍ଟୋବର ରଖିଥିବା ବେଳେ ପଞ୍ଜାବରେ ଏହା ଅକ୍ଟୋବର ୧ରୁ ଆରମ୍ଭ ହୋଇଥାଏ । ଏହାସହ ମୋଦିଙ୍କୁ ସାକ୍ଷାତ୍ କରି ଚନ୍ତୀ କରୋନା ମହାମାରୀ ଯୋଗୁ ବନ୍ଦଥିବା କରତାରପୁର କରିଡରକୁ ପୁଣିଥରେ ଖୋଲିବାକୁ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri