Posted inଜାତୀୟ

ଚନ୍ନିଙ୍କ ପାଲଟା ଆକ୍ରମଣ: କିଛି ପଥର ବାଜିନାହିଁ, ଗୁଳି ବି ଚାଲିନାହିଁ…

ଚଣ୍ଡିଗଡ଼, ୮।୧: ପଞ୍ଜାବର ଫିରୋଜପୁରରେ ରାଲି କରିବାକୁ ଆସୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ ଢିଲା ପ୍ରସଙ୍ଗକୁ ନେଇ ରାଜନୀତି ସରଗରମ ରହିଛି। ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ସିଧାସଳଖ ଭାବେ ପାଲଟା ଆକ୍ରମଣ କରି କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ କୌଣସି ଅବହେଳା କରାଯାଇନାହିଁ। ତାଙ୍କ ଉପରେ କୌଣସି ପ୍ରକାରର ବିପଦ ନ ଥିଲା। ରାସ୍ତାରେ କିଛି ଲୋକ ବସିଥିବା ନେଇ ତାଙ୍କୁ ଇଣ୍ଟେଲିଜେନ୍ସ ପକ୍ଷରୁ କୁହାଯାଇଥିଲା। ଏପରିକି ତାଙ୍କୁ ଅନ୍ୟ କୌଣସି ମାର୍ଗ ନଚେତ ହେଲିକପ୍ଟରରେ ଯିବାକୁ ହେବ ବୋଲି କୁହାଯାଇଥିଲା। ଏହା ଶୁଣି ପ୍ରଧାନମନ୍ତ୍ରୀ ଭଟିଣ୍ଡା ବିମାନ ବନ୍ଦର ଯାଇ ସେଠାରେ ଉପସ୍ଥିତ ରାଜ୍ୟର ଅର୍ଥ ମନ୍ତ୍ରୀଙ୍କୁ କହିଥିଲେ, ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ କହିଦେବ ମୁଁ ଜୀବନ୍ତ ଫେରିଆସିଛି। ତେବେ ଆପଣ ଜଣେ ଦାୟିତ୍ୱବାନ ପୋଷ୍ଟର ବ୍ୟକ୍ତି, ଆପଣଙ୍କ ପାଖକୁ କେହି ଆସିନାହାନ୍ତି, ସ୍ଲୋଗାନ ଦେଇ ନାହାନ୍ତି, ପଥର ପକାଇ ନାହାନ୍ତି, କୌଣସି ଆଘାତ ହୋଇନାହିଁ, ଗୁଳି ମଧ୍ୟ ଚାଲିନାହିଁ। ଏଣୁ କେଉଁଥିପାଇଁ ଜୀବନ ବଞ୍ଚାଇ ଆସିଲେ ବୋଲି କହିଲେ ତାହା ଶୁଣି ଆଶ୍ଚର୍ଯ୍ୟ ହୋଇଛି ବୋଲି ଚନ୍ନି କହିଛନ୍ତି। ଚନ୍ନିଙ୍କ ଏହି ବିବୃତ୍ତିକୁ ବିଭିନ୍ନ ମହଲରେ ସମାଲୋଚନା କରାଯାଉଛି।

ଭାଜପା ମୁଖପାତ୍ର ସମ୍ବିତ ପାତ୍ର ଟୁଇଟ କରି କହିଛନ୍ତି, ଦେଶର ପ୍ରଧାନମନ୍ତ୍ରୀଙ୍କ ପ୍ରତି ଏକ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଏପରି ଭାଷା ଲଜ୍ଜାଜନକ। ଏହି ଲୋକମାନେ କେଉଁ ଅହଂକାରରେ ବୁଡ଼ି ରହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପାଇଁ ତୁ, ଗୁଳି, ବନ୍ଧୁକ, ପଥର…ଭଳି ଭାଷା ଘୃଣ୍ୟ ମାନସିକତାକୁ ଦେଖାଉଛି ବୋଲି ସେ କହିଛନ୍ତି।

ସୁଚନାଯୋଗ୍ୟ, ପ୍ରଧାନମନ୍ତ୍ରୀଙ୍କୁ ପଞ୍ଜାବର ଫିରୋଜପୁରରେ ଏକ ବଡ଼ ସମାବେଶ କରିବାର ଥିଲା। କିନ୍ତୁ ବିକ୍ଷୋଭକାରୀ କୃଷକମାନେ ରାସ୍ତାରେ ପ୍ରଧାନମନ୍ତ୍ରୀଙ୍କ ଗାଡ଼ିକୁ ଅଟକାଇଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ସେଠାରୁ ଫେରି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri