Posted inଜାତୀୟ

ଚନ୍ନିଙ୍କ ପାଲଟା ଆକ୍ରମଣ: କିଛି ପଥର ବାଜିନାହିଁ, ଗୁଳି ବି ଚାଲିନାହିଁ…

ଚଣ୍ଡିଗଡ଼, ୮।୧: ପଞ୍ଜାବର ଫିରୋଜପୁରରେ ରାଲି କରିବାକୁ ଆସୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ ଢିଲା ପ୍ରସଙ୍ଗକୁ ନେଇ ରାଜନୀତି ସରଗରମ ରହିଛି। ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ସିଧାସଳଖ ଭାବେ ପାଲଟା ଆକ୍ରମଣ କରି କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ କୌଣସି ଅବହେଳା କରାଯାଇନାହିଁ। ତାଙ୍କ ଉପରେ କୌଣସି ପ୍ରକାରର ବିପଦ ନ ଥିଲା। ରାସ୍ତାରେ କିଛି ଲୋକ ବସିଥିବା ନେଇ ତାଙ୍କୁ ଇଣ୍ଟେଲିଜେନ୍ସ ପକ୍ଷରୁ କୁହାଯାଇଥିଲା। ଏପରିକି ତାଙ୍କୁ ଅନ୍ୟ କୌଣସି ମାର୍ଗ ନଚେତ ହେଲିକପ୍ଟରରେ ଯିବାକୁ ହେବ ବୋଲି କୁହାଯାଇଥିଲା। ଏହା ଶୁଣି ପ୍ରଧାନମନ୍ତ୍ରୀ ଭଟିଣ୍ଡା ବିମାନ ବନ୍ଦର ଯାଇ ସେଠାରେ ଉପସ୍ଥିତ ରାଜ୍ୟର ଅର୍ଥ ମନ୍ତ୍ରୀଙ୍କୁ କହିଥିଲେ, ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ କହିଦେବ ମୁଁ ଜୀବନ୍ତ ଫେରିଆସିଛି। ତେବେ ଆପଣ ଜଣେ ଦାୟିତ୍ୱବାନ ପୋଷ୍ଟର ବ୍ୟକ୍ତି, ଆପଣଙ୍କ ପାଖକୁ କେହି ଆସିନାହାନ୍ତି, ସ୍ଲୋଗାନ ଦେଇ ନାହାନ୍ତି, ପଥର ପକାଇ ନାହାନ୍ତି, କୌଣସି ଆଘାତ ହୋଇନାହିଁ, ଗୁଳି ମଧ୍ୟ ଚାଲିନାହିଁ। ଏଣୁ କେଉଁଥିପାଇଁ ଜୀବନ ବଞ୍ଚାଇ ଆସିଲେ ବୋଲି କହିଲେ ତାହା ଶୁଣି ଆଶ୍ଚର୍ଯ୍ୟ ହୋଇଛି ବୋଲି ଚନ୍ନି କହିଛନ୍ତି। ଚନ୍ନିଙ୍କ ଏହି ବିବୃତ୍ତିକୁ ବିଭିନ୍ନ ମହଲରେ ସମାଲୋଚନା କରାଯାଉଛି।

ଭାଜପା ମୁଖପାତ୍ର ସମ୍ବିତ ପାତ୍ର ଟୁଇଟ କରି କହିଛନ୍ତି, ଦେଶର ପ୍ରଧାନମନ୍ତ୍ରୀଙ୍କ ପ୍ରତି ଏକ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଏପରି ଭାଷା ଲଜ୍ଜାଜନକ। ଏହି ଲୋକମାନେ କେଉଁ ଅହଂକାରରେ ବୁଡ଼ି ରହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପାଇଁ ତୁ, ଗୁଳି, ବନ୍ଧୁକ, ପଥର…ଭଳି ଭାଷା ଘୃଣ୍ୟ ମାନସିକତାକୁ ଦେଖାଉଛି ବୋଲି ସେ କହିଛନ୍ତି।

ସୁଚନାଯୋଗ୍ୟ, ପ୍ରଧାନମନ୍ତ୍ରୀଙ୍କୁ ପଞ୍ଜାବର ଫିରୋଜପୁରରେ ଏକ ବଡ଼ ସମାବେଶ କରିବାର ଥିଲା। କିନ୍ତୁ ବିକ୍ଷୋଭକାରୀ କୃଷକମାନେ ରାସ୍ତାରେ ପ୍ରଧାନମନ୍ତ୍ରୀଙ୍କ ଗାଡ଼ିକୁ ଅଟକାଇଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ସେଠାରୁ ଫେରି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri